ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ, ସଂରକ୍ଷଣ ନେଇ ଆସିବ ସଂଶୋଧନ ପ୍ରସ୍ତାବ

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି। ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ଏହି ସୂଚନା ଦେଇଛନ୍ତି । ଆସନ୍ତାବର୍ଷ ଫେବ୍ରୁଆରୀ ମାସରେ ପଞ୍ଚାୟତ କାର୍ଯ୍ଯକାଳ ସରିବ। ନିର୍ବାଚନରେ ସଂରକ୍ଷଣ ନେଇ ବିଧାନସଭାରେ ଆସିବ ସଂଶୋଧନ ପ୍ରସ୍ତାବ । ଏ ନେଇ ରାଜ୍ୟ ସରକାର ପ୍ରକ୍ରିୟା ଆରମ୍ଭ କରିଛନ୍ତି । ଏଥର ନିର୍ବାଚନରେ ୫୦ ପ୍ରତିଶତ ସଂରକ୍ଷିତ ରହିବ । ଓବିସି ସଂରକ୍ଷଣ ନେଇ କେନ୍ଦ୍ର ସରକାରଙ୍କ ନିକଟରେ ଦାବି କରିଥିଲା ବିଜେଡି ।

ସେପଟେ ବାରମ୍ବାର ଦାବି ସତ୍ତ୍ୱେ କେନ୍ଦ୍ର ନିଷ୍ପତ୍ତି ନେଉନାହିଁ । ପଛୁଆବର୍ଗଙ୍କ ପାଇଁ ସଂରକ୍ଷଣ ନେଇ ସଂସଦରେ କୌଣସି ପଦକ୍ଷେପ ନିଆଯାଉନାହିଁ । ଜାତିଭିତ୍ତିକ ଜନଗଣନା ନେଇ ବି କିଛି ନିଷ୍ପତ୍ତି ନେଉନି କେନ୍ଦ୍ର । ଏଥିପାଇଁ ଯାହା ବ୍ୟବସ୍ଥା ଦରକାର, ତାହା ବିଧାନସଭାରେ ନିଷ୍ପତ୍ତି ନିଆଯିବ । ଏଥର ପଞ୍ଚାୟତ ପୁନର୍ଗଠନ ହେବନାହିଁ ବୋଲି ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ସୂଚନା ଦେଇଛନ୍ତି ।

Leave A Reply

Your email address will not be published.