ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟରେ ମେ ୧୯ ଯାଏଁ ଲକଡାଉନ୍ ଘୋଷଣା

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏହି ସଂକ୍ରମଣ ଚେନରେ ବ୍ରେକ ଲଗାଇବା ପାଇଁ ରାଜ୍ୟ ସରକାର ବଡ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ଆସନ୍ତା ୫ ତାରିଖରୁ ୧୪ ଦିନିଆ ଲକଡାଉନ୍ ଲାଗୁ ହେବ । ଏହି ଲକଡାଉନ ୧୯ ତାରିଖ ଯାଏଁ ବଳବତ୍ତର ରହିବ । ମେ ୫ ତାରିଖ ବୁଧବାର ସକାଳ ଠାରୁ ୧୯ ତାରିଖ ବୁଧବାର ସକାଳ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି ।

ସ୍ୱାସ୍ଥ୍ୟସେବା ତଥା ଅନ୍ୟାନ୍ୟ ଜରୁରୀ ସେବା ପାଇଁ କୌଣସି କଟକଣା ରହିବ ନାହିଁ। ହେଲେ ସମସ୍ତେ କୋଭିଡ ଗାଇଡଲାଇନ ପାଳନ କରି ସବୁକାମ କରିବେ। ଲକଡାଉନ ଅବଧି ମଧ୍ୟରେ ପୂର୍ବ ଭଳି ଶନିବାର ଓ ରବିବାର ସପ୍ତାହାନ୍ତ ସଟଡାଉନ ବଳବତ୍ତର ରହିବ। ଲକଡାଉନ ସମୟରେ ଟିକାକରଣ ଜାରି ରହିବା ସହ କୋଭିଡ ପରୀକ୍ଷା ପାଇଁ ଅନୁମତି ମିଳିବ । ନିର୍ବାଚନୀ କାର୍ଯ୍ୟ ଉପରେ କୌଣସି କଟକଣା ନ ରହିବା ସହ ପରିବହନ ସେବା କଟକଣା ମୁକ୍ତ ହେବ ।

ଏହି ସମୟରେ ୫ଶହ ମିଟର ଦୂରତା ମଧ୍ୟରେ ସକାଳ ୬ଟାରୁ ୧୨ଟା ମଧ୍ୟରେ ଚାଲି ଚାଲି ଯାଇ ଲୋକ ପନିପରିବା ଓ ଅତ୍ୟାବଶ୍ୟକ ସାମଗ୍ରୀ ଆଦି କିଣି ପାରିବେ ।

Leave A Reply

Your email address will not be published.