ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଓଡ଼ିଶା ଛାଡ଼ିଲା ଲଘୁଚାପ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା ଛାଡ଼ିଛି। ଏହି ଲଘୁଚାପ ପଶ୍ଚିମ -ଉତ୍ତରପଶ୍ଚିମ ଦିଗରେ ଗତିକରି ଛତିଶଗଡ଼ ହୋଇ ମଧ୍ୟପ୍ରଦେଶ ଉପରେ ରହିଛି। ଓଡ଼ିଶାଠାରୁ ଲଘୁଚାପଟି ଦୂରକୁ ଯିବା ଦ୍ୱାରା ରାଜ୍ୟରେ ବର୍ଷାର ପ୍ରକୋପ ହ୍ରାସ ହୋଇଛି। ଗୁରୁବାର ଏହାର ପରିମାଣ ଆହୁରି ହ୍ରାସ ପାଇବ। ବର୍ଷା କମିବା ଦ୍ୱାରା ଗୁରୁବାର କିଛି ସ୍ଥାନରେ ତାପମାତ୍ରା ବୃଦ୍ଧି ହେବ ଓ ଉପର ଓଳି ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ରହିଛି। ଗୁରୁବାର ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ନୟାଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରିଛି। ସେହିପରି ଗତ ୨୪ ଘଣ୍ଟାରେ ବର୍ଷାର ପ୍ରକୋପ ହ୍ରାସ ପାଇଥିବା ବେଳେ ଚାନ୍ଦବାଲିରେ ୩୬ ଓ ଭୁବନେଶ୍ୱରରେ ୨୭ ମିମି ବର୍ଷା ହୋଇଛି।

Leave A Reply

Your email address will not be published.