ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ହକି ବିଶ୍ବକପ ପାଇଁ ୟୁପି ଓ ବିହାର ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

ନୂଆଦିଲ୍ଲୀ:  ହକି ବିଶ୍ବକପ ପାଇଁ ସାରା ଭାରତକୁ ନିମନ୍ତ୍ରଣ କରୁଛି ଓଡ଼ିଶା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଭେଟି ନିମନ୍ତ୍ରଣ କରୁଛନ୍ତି ଓଡ଼ିଶାର ମନ୍ତ୍ରୀମାନେ । ଏହି କ୍ରମରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଓ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ ନିମନ୍ତ୍ରଣ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତରଫରୁ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଯୋଗୀ ଆଦିତ୍ୟନାଥଙ୍କୁ ଭେଟି ନିମନ୍ତ୍ରଣ ଦେଇଛନ୍ତି । ନିମନ୍ତ୍ରଣ ପତ୍ର ସହ ହକି ଜର୍ସି ଓ ରୁପାର ଅଶୋକ ଚକ୍ର ପ୍ରଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିମନ୍ତ୍ରଣ ସାଦରେ ଗ୍ରହଣ କରିବା ସହ ନିମନ୍ତ୍ରଣ ପାଇଁ ଧନ୍ୟବାଦ ଜଣାଇଛନ୍ତି ଆଦିତ୍ୟନାଥ । ଯଥାସମ୍ଭବ ଓଡ଼ିଶା ଆସି ହକି ମହାକୁମ୍ଭରେ ସାମିଲ ହେବେ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି ।

ସେହିପରି, ବିହାରର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ ମଧ୍ୟ ନିମନ୍ତ୍ରଣ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତରଫରୁ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ବିହାର ରାଜଧାନୀ ପାଟନା ଯାଇ ନୀତିଶଙ୍କୁ ସ୍ୱତନ୍ତ୍ର ଭାବେ ନିମନ୍ତ୍ରଣ କରିଛନ୍ତି । ବିହାର ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ ବେଳେ ନିମନ୍ତ୍ରଣ ପତ୍ର ସହ ହକି ଟି-ସାର୍ଟ ଓ ରୁପା ଅଶୋକ ଚକ୍ର ପ୍ରଦାନ କରିଛନ୍ତି । ଏହି ଅବସରରେ ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରିନ୍ସିପାଲ ସେକ୍ରେଟାରୀ ସଞ୍ଜୟ କୁମାର ସିଂ ଉପସ୍ଥିତ ଥିଲେ ।  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିମନ୍ତ୍ରଣ ସାଦରେ ଗ୍ରହଣ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର । ସୂଚନାଥାଉକି, ଓଡ଼ିଶାର ଦୁଇଟି ସ୍ଥାନ ବିର୍ଷା ମୁଣ୍ଡା ଷ୍ଟାଡିୟମ, ରାଉରକେଲା ଓ କଳିଙ୍ଗ ଷ୍ଟାଡିୟମ ଭୁବନେଶ୍ୱରରେ ଜାନୁଆରୀ ୧୩ ତାରିଖରୁ ହକି ବିଶ୍ୱକପ୍ ଆରମ୍ଭ ହେବାକୁ ଯାଉଛି ।

Leave A Reply

Your email address will not be published.