ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆଜି ଓଡ଼ିଶାରେ ପୁଣି ୪୬ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ କରୋନା ସଂକ୍ରମଣ କମିଥିବାବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ । ଓଡ଼ିଶାରେ ଦୈନିକ କରୋନା ମୃତ୍ୟୁ ମାମଲା ୪୦ ଉପରେ ରହୁଛି ଯାହା ସମସ୍ତଙ୍କୁ ଚିନ୍ତାରେ ପକାଉଛି । ଗତ ୨୪ ଘଣ୍ଟାରେ ଆଉ ୪୬ ଜଣଙ୍କ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ଏଥିସହ ରାଜ୍ୟରେ ମୋଟ କୋଭିଡ୍ ମୃତକଙ୍କ ସଂଖ୍ୟା ୪ ହଜାର ୧୦୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଗତ ୨୪ ଘଣ୍ଟାରେ ଅନୁଗୁଳରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବାଲେଶ୍ୱରରୁ ଜଣେ, ବରଗଡ଼ରୁ ଜଣେ, ଭୁବନେଶ୍ୱରରୁ ୫ ଜଣ, କଟକରୁ ୩ ଜଣ, ଢେଙ୍କାନାଳରୁ ୩ ଜଣ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ଜଣେ, ଝାରସୁଗୁଡ଼ାରୁ ଜଣେ, କଳାହାଣ୍ଡିରୁ ଜଣେ ପ୍ରାଣ ହରାଇଛନ୍ତି । ସେହିଭଳି କେନ୍ଦ୍ରାପଡ଼ାରୁ ୩ ଜଣ, କେନ୍ଦୁଝରରୁ ଜଣେ, ଖୋର୍ଦ୍ଧାରୁ ୪ ଜଣ, କୋରାପୁଟରୁ ଜଣେ, ମୟୂରଭଞ୍ଜରୁ ଜଣେ, ନୟାଗଡ଼ରୁ ୪ ଜଣ, ପୁରୀରୁ ୪ ଜଣ, ସମ୍ବଲପୁରରୁ ୩ ଜଣ, ସୁବର୍ଣ୍ଣପୁରରୁ ଜଣେ, ସୁନ୍ଦରଗଡ଼ରୁ ୪ ଜଣ କୋଭିଡ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

ଏଥିସହ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୧୬ ହଜାର୧୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୩୦ ହଜାର ୯୫୦ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮ ଲକ୍ଷ ୮୦ ହଜାର ୯୭୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୪୧୦୯ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୩୯୦୮୦୯୫ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.