ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପ୍ରତ୍ୟେକ ସହରୀ ପରିବାରକୁ ବିଶୁଦ୍ଧ ପାନୀୟ ଜଳ ଏବଂ ବର୍ଜ୍ୟଜଳ ପରିଚାଳନା ସେବା ଯୋଗାଇ ଦେବା ସରକାରଙ୍କ ଲକ୍ଷ୍ୟ

ଭୁବନେଶ୍ୱର: ଭୁବନେଶ୍ୱରରେ ଏକ ସେଣ୍ଟର ଅଫ୍ ଏକ୍ସେଲେନ୍ସି ଭାବରେ ‘ଓଡ଼ିଶା ଜଳ ଏକାଡେମୀ’ ପ୍ରତିଷ୍ଠା କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଏହି ଏକାଡେମୀ ଜଳ ଯୋଗାଣ  ଏବଂ ବର୍ଜ୍ୟଜଳ ପରିଚାଳନା ସେବା କ୍ଷେତ୍ରରେ ଗ୍ରାହକ ସନ୍ତୁଷ୍ଟି ଓ ସେବାର ଗୁଣବତ୍ତା ବୃଦ୍ଧିର ଲକ୍ଷ୍ୟ ସହିତ ଏକ ଅଗ୍ରଗଣ୍ୟ ତାଲିମ୍ ଏବଂ ଦକ୍ଷତା ବିକାଶ ଅନୁଷ୍ଠାନ ଭାବରେ କାର୍ଯ୍ୟ କରିବ ।  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁପ୍ରେରଣାରେ ‘ଓଡ଼ିଶା ଜଳ ଏକାଡେମୀ’ପ୍ରତିଷ୍ଠା ରାଜ୍ୟ ସରକାରଙ୍କ ଜଳ ଯୋଗାଣ ଏବଂ ବର୍ଜ୍ୟଜଳ ପରିଚାଳନା ସଂସ୍କାର କ୍ଷେତ୍ରରେ ଆଉ ଏକ ଉଲ୍ଲେଖନୀୟ ସଫଳତା ।

ଏହି ଅବସରରେ ରାଜ୍ୟର ଗୃହ ଓ ନଗର ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟ ଜଳ ଏବଂ ଆଇନ୍ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି ଯେ, ପ୍ରତ୍ୟେକ ସହରୀ ପରିବାରକୁ ବିଶୁଦ୍ଧ ପାନୀୟ ଜଳ ଏବଂ ବର୍ଜ୍ୟଜଳ ପରିଚାଳନା ସେବା ଯୋଗାଇ ଦେବା ସରକାରଙ୍କ ପାଇଁ ସବୁବେଳେ ଏକ ପ୍ରାଥମିକତା ରହି ଆସିଛି । ଓଡ଼ିଶା ଜଳ ନିଗମ, ଜନସ୍ୱାସ୍ଥ୍ୟ କାରିଗରୀ ସଂସ୍ଥା, ଓଡିଶା ଜଳ ଯୋଗାଣ ଓ ପରିମଳ ପରିଷଦ ଏବଂ ଅନ୍ୟାନ୍ୟ ଆନୁସଂଗିକ ସଂଗଠନ ଅଧୀନରେ କାର୍ଯ୍ୟ କରୁଥିବା କର୍ମଚାରୀଙ୍କ ଦକ୍ଷତା ବିକାଶ ପାଇଁ ଏହି ଏକାଡେମୀ ଏକ ଅଗ୍ରଣୀ ଅନୁଷ୍ଠାନ ଓ ଉତ୍କର୍ଷ କେନ୍ଦ୍ର ଭାବରେ କାର୍ଯ୍ୟ କରିବ ।

ପୂର୍ବାପେକ୍ଷା ରାଜ୍ୟରେ ପାନୀୟ ଜଳ ଯୋଗାଣ ଏବଂ ବର୍ଜ୍ୟଜଳ ପରିଚାଳନାକୁ ଅଧିକ ଦକ୍ଷତାର ସହିତ ସମ୍ପାଦନ କରିବା ପାଇଁ ଏହି ଏକାଡେମୀରେ ଉଭୟ ପରିଚାଳକ ଏବଂ କର୍ମଚାରୀ ସବୁ ପର୍ୟ୍ୟାୟରେ ଅତ୍ୟାଧୁନିକ ଓ ଅଭିନବ ପ୍ରଯୁକ୍ତି ସହାୟତାରେ ତାଲିମ ଏବଂ ଦକ୍ଷତା

ବିକାଶ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ । ସୋସାଇଟିସ୍ ରେଜିଷ୍ଟ୍ରେସନ୍ ଆକ୍ଟ, ୧୮୬୦ ଅନୁଯାୟୀ ଏହି ଏକାଡେମୀ ଏକ ସୋସାଇଟି ଭାବରେ ପଞ୍ଜୀକୃତ ହେବ ଏବଂ ଓଡ଼ିଶା ଜଳ ନିଗମର ପ୍ରଶାସନିକ ନିୟନ୍ତ୍ରଣରେ କାର୍ୟ୍ୟ କରିବ । ଏହାର ନିଜସ୍ୱ ମେମୋରେଣ୍ଡମ୍‌ ଅଫ୍ ଆସୋସିଏସନ୍ ଏବଂ ନିୟମାବଳୀ ଅଧୀନରେ ଏହି ଏକାଡେମୀ ଓଡ଼ିଶା ଜଳ ନିଗମର ଅଧ୍ୟକ୍ଷ ତଥା ଗୃହ ଓ ନଗର ଉନ୍ନୟନ ବିଭାଗର ମୁଖ୍ୟ ଶାସନ ସଚିବଙ୍କ ନେତୃତ୍ୱରେ ଏକ ବୃତ୍ତିଗତ ତାଲିମ ସହଭାଗୀ ଦଳ ଓ ବିଶ୍ୱସ୍ତରୀୟ ସହଭାଗିତା ଦ୍ୱାରା ପରିଚାଳିତ ହେବ ।

Leave A Reply

Your email address will not be published.