ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବଦଳିବ ପାଣିପାଗ, ତାତିରୁ ମିଳିବ ସାମାନ୍ୟ ଆଶ୍ୱସ୍ତି

ଭୁବନେଶ୍ବର: ରାଜ୍ଯରେ ଗ୍ରୀଷ୍ମ ପ୍ରବାହ ଦେଖିବାକୁ ମିଳିଥିବା ବେଳେ ଭୁବନେଶ୍ୱର ରାଜ୍ୟ ସବୁଠାରୁ ଉତ୍ତପ୍ତ ସହର ପାଲଟିଛି। କ୍ରମାଗତ ଭାବେ ରାଜଧାନୀର ତାପମାତ୍ର ରେକର୍ଡ ଭାଙ୍ଗୁଥିବା ବେଳେ ମଙ୍ଗଳବାର ସାମନ୍ଯ ହ୍ରାସ ପାଇଛି। ଦୁଇ ଦିନ ପରେ ରାଜ୍ୟରେ ପାଣିପାଗ ବଦଳିବ ଓ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବାଲେଶ୍ୱର, ଭଦ୍ରକ ଏବଂ ମୟୁରଭଞ୍ଜରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଓଡ଼ିଶାକୁ ସାମୁଦ୍ରିକ ପବନ ବହିବା ସହ ବାୟୁମଣ୍ଡଳରେ ଜଳୀୟବାଷ୍ପର ପରିମାଣ ବଢିଛି । ଏହାର ପ୍ରଭାବରେ ଆକାଶ ମେଘାଛନ୍ନ ରହିବା ସହ ଉପକୂଳ ଏବଂ ଉତ୍ତର ଉପକୂଳ ଓଡ଼ିଶାରେ ତାପମାତ୍ରା ବଢିବ ନାହିଁ ।

ତେବେ ରାଜ୍ୟର ଅନ୍ୟ ଅଞ୍ଚଳରେ ଆସନ୍ତା ୪ ଦିନ ପର୍ଯ୍ଯନ୍ତ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବନାହିଁ । ୫ ଦିନ ପରେ ରାଜ୍ୟକୁ ପୁଣି ତାତି ଫେରିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।

ଆଜି ରାଜ୍ୟରେ ଅନୁଗୁଳରେ ସର୍ବାଧିକ ତାପମାତ୍ରା ୩୮.୭ ଡିଗ୍ରୀ ସେଲସିୟସ୍ ରହିଛି । ଭୁବନେଶ୍ୱରରେ ପାରଦ ୩୮.୬ ଡିଗ୍ରୀ ଥିବାବେଳେ କଟକରେ ପାରଦ ୩୮.୨ ଡିଗ୍ରୀ, ତାଳଚେରରେ ୩୮.୧ ଡିଗ୍ରୀ, ମାଲକାନଗିର-ନୟାଗଡ଼-ବଲାଙ୍ଗିର-ସୁନ୍ଦରଗଡ଼ ଆଦି ସ୍ଥାନରେ ତାପମାତ୍ରା ୩୮ ଡିଗ୍ରୀ ରେକର୍ଡ ହୋଇଛି ।

Leave A Reply

Your email address will not be published.