ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଓଡ଼ିଶା ସିନେ ଜଗତର ବର୍ଷିଆନ୍ ଅଭିନେତା ମିହିର ଦାସଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର

କଟକ: ଓଡ଼ିଶା ସିନେ ଜଗତର ବର୍ଷିଆନ୍ ଅଭିନେତା ତଥା ଲୋକପ୍ରିୟ କଳାକାର ମିହିର ଦାସଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ । ମିହିରଙ୍କ ଚିକିତ୍ସା କଟକ ସ୍ଥିତ ଅଶ୍ୱିନୀ ହସ୍ପିଟାଲରେ ଜାରି ରହିଛି । ପୂର୍ବରୁ ମଧୁମେହରେ ପୀଡ଼ିତ ଥିବା ମିହିରଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଖରାପ ହୋଇଯିବାରୁ ତିନିଦିନ ତଳେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ଚିକିତ୍ସା ସମୟରେ ତାଙ୍କ ଶରୀରର ଗୁରୁତ୍ୱପୂର୍ଣ୍ଣ ଅଙ୍ଗଗୁଡ଼ିକ କାମ କରିବା ବନ୍ଦ କରି ଦେଇଥିଲା । ପରେ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯିବା ସହ ଭେଣ୍ଟିଲେଟର ସପୋର୍ଟରେ ରଖାଯାଇଛି । ଗୋଟିଏ ପଟେ ସ୍ୱାସ୍ଥ୍ୟ ଜଟିଳ ଥିବାବେଳେ ହସ୍ପିଟାଲରେ ଚିକିତ୍ସା ସମୟରେ ସେ ହୃଦଘାତର ଶିକାର ମଧ୍ୟ ହୋଇ ସାରିଛନ୍ତି । ତେବେ ଆଶ୍ୱସ୍ତିର କଥା, ଗତ କିଛି ଘଣ୍ଟା ହେଲା ମିହିରଙ୍କ ସ୍ୱାସ୍ଥ୍ୟାବସ୍ଥାର ଅବନତି ଘଟି ନାହିଁ ଏବଂ ତାଙ୍କ ଅବସ୍ଥା ଏବେ ସ୍ଥିର ଥିବା ତାଙ୍କୁ ଚିକିତ୍ସା କରୁଥିବା ଡାକ୍ତର କହିଛନ୍ତି ।

ସେପଟେ ହସ୍ପିଟାଲକୁ ଆସି ମିହିରଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିଛନ୍ତି ଅନେକ କଳାକାର । ୫୫ ବର୍ଷ ବୟସ୍କ ମିହିର ପ୍ରାୟ ୨୫ ବର୍ଷ ଧରି ଡାଇବେଟିସ୍ ରୋଗରେ ପୀଡ଼ିତ ଅଛନ୍ତି । ଏହା ବ୍ୟତୀତ ତିନିବର୍ଷ ତଳେ କିଡନୀ ରୋଗରେ ମଧ୍ୟ ସେ ଆକ୍ରାନ୍ତ ହୋଇଥିଲେ । ସେବେଠାରୁ ତାଙ୍କର ଚିକିତ୍ସା ଜାରି ରହିଛି ।

ମିହିର ଦାସ ୧୯୭୯ ମସିହାରେ ଓଡ଼ିଆ ଚଳଚ୍ଚିତ୍ର ଜଗତରେ ପାଦ ଥାପିଥିଲେ । ୧୯୬୬ ଫେବ୍ରୁଆରୀ ୨ ତାରିଖରେ ମୟୂରଭଞ୍ଜ ଜିଲ୍ଲାରେ ଜନ୍ମ ହୋଇଥିଲେ ମିହିର । ସେ ପ୍ରାୟ ୧୫୦ଟିରୁ ଅଧିକ ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି । ତାଙ୍କ ଅଭିନୀତ ଲୋକପ୍ରିୟ ଚଳଚ୍ଚିତ୍ର ମଧ୍ୟରେ ‘ଲକ୍ଷ୍ମୀ ପ୍ରତିମା’, ‘ପୁଅ ମୋର ଭୋଳା ଶଙ୍କର’,‘ଟାର୍ଗେଟ୍‌’, ‘ଗୁଣ୍ଡା’, ‘ମାଇଁ ଲଭ୍‌ ଷ୍ଟୋରୀ’, ‘ପହିଲି ରାଜା’, ‘ଚୋରି ଚାରି ମନ ଚୋରି’, ‘ବାଜି’, ‘ଧଉଳି ଏକ୍ସପ୍ରେସ୍‌’ ଅନ୍ୟତମ । ଅଭିନୟ ପାଇଁ ଏକାଧିକ ପୁରସ୍କାର ପାଇଛନ୍ତି ସେ । ୧୯୯୯ରେ ‘ବିଧାତା’ ଓ ୨୦୦୫ରେ ‘ଫେରିଆ ମୋ’ ସୁନା ଭଉଣୀ’ ଚଳଚ୍ଚିତ୍ର ପାଇଁ ତାଙ୍କୁ ଶ୍ରେଷ୍ଠ କଳାକାର ସମ୍ମାନ ମିଳିଥିଲା ।

Leave A Reply

Your email address will not be published.