ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଜାମିନରେ ଆସିଥିବା ନେତା ଏବେ ବିଜେପିର ଷ୍ଟାର ପ୍ରଚାରକ: ବିଜେଡ଼ି

ଭୁବନେଶ୍ୱର: ଜାମିନରେ ଆସିଥିବା ଦୁଇ ବିଜେପି ନେତା ଏବେ ପଦ୍ମପୁର ଉପନିର୍ବାଚନରେ ଷ୍ଟାର ପ୍ରଚାରକ । ବିଜେପୁର ଉପନିର୍ବାଚନ ସମୟରେ ଏମାନେ ବିଜେଡି ବିଧାୟକ ସୁଶାନ୍ତ ସିଂହଙ୍କ ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା କହିଛନ୍ତି ବିଜେଡି ବିଧାୟକ ଦେବେଶ ଆଚାର୍ଯ୍ୟ । ବିଜେପି ନେତା ପ୍ରଦୀପ ପୁରୋହିତଙ୍କ ସାମ୍ବାଦିକ ସମ୍ମିଳନୀର ଜବାବ ଦେଇ ବିଧାୟକ ଶ୍ରୀ ଆଚାର୍ଯ୍ୟ କହିଛନ୍ତି ଯେ ବିଜେପୁର ଉପ-ନିର୍ବାଚନ ସମୟରେ ଦୁଇ ବିଜେପି ନେତା ବିଜେଡି ବିଧାୟକ ଶ୍ରୀ ସୁଶାନ୍ତ ସିଂହଙ୍କ ଭାଇଙ୍କୁ କିଭଳି ମରଣାନ୍ତକ ଆକ୍ରମଣ କରିଥିଲେ ତାହା ସମସ୍ତଙ୍କୁ ଜଣା । ଏଭଳି ଜଘନ୍ୟ ଅପରାଧ ପାଇଁ ସେମାନେ ଜେଲ୍‍ ଯାଇଥିଲେ । ଜାମିନରେ ଆସି ଏହି ଦୁଇ ବିଜେପି ନେତା ଏବେ ପଦ୍ମପୁର ଉପ-ନିର୍ବାଚନରେ ବିଜେପିର ଷ୍ଟାର ପ୍ରଚାରକ ସାଜିଛନ୍ତି ।

ଶୁଣିବାକୁ ମିଳୁଛି ଯେ ସେମାନେ ଏବେ ପଦ୍ମପୁର ଉପନିର୍ବାଚନ ସମୟରେ ବିଜେଡି ବିଧାୟକ ଶ୍ରୀ ସୁଶାନ୍ତ ସିଂହଙ୍କ ଉପରେ ଆକ୍ରମଣ କରିବାକୁ ଯୋଜନା କରୁଛନ୍ତି ଏବଂ ଏଥି ।ଇଁ ସେମାନେ ମଧ୍ୟ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଶ୍ରୀ ପୁରୋହିତଙ୍କ ବିବୃତ୍ତିରୁ ତାଙ୍କର ହାରିଯିବାର ଭୟ ତାଙ୍କ ମୁହଁରୁ ବାରିହୋଇ ପଡୁଛି । ତେଣୁ ନିରାଶାରେ ସେ ନିଜ ପ୍ରତି ସହାନୁଭୂତି ହାସଲ କରିବା ସହିତ ବିଜେଡିକୁ ବଦନାମ ପାଇଁ କିଛି ଲୋକଙ୍କ ହାତରେ ବିଜେଡି ପତାକା ଧରାଇ ନିଜ ଉପରେ ଆକ୍ରମଣର ନାଟକ କରି ।ରନ୍ତି । ପଦ୍ମପୁରର ଲୋକମାନେ ଶ୍ରୀ ପ୍ରଦୀପ ପୁରୋହିତଙ୍କର ଅସଲ ଚେହେରାକୁ ଜାଣିଛନ୍ତି ଏବଂ ତାଙ୍କୁ ଓ ବିଜେପିକୁ ଉପଯୁକ୍ତ ଜବାବ ଦେବେ ବୋଲି ବିଧାୟକ ଶ୍ରୀ ଆଚାର୍ଯ୍ୟ କହିଛନ୍ତି ।

Leave A Reply

Your email address will not be published.