ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ମଞ୍ଚରୁ ଦାବି କଲେ ତାରା, ମଞ୍ଚରେ ଦାବି ପୂରଣ କଲେ ମୁଖ୍ୟମନ୍ତ୍ରୀ, ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ହେବ ୧୦୦୦ ଆସନ ବିଶିଷ୍ଟ ଅଡିଟୋରିଅମ

ଜୟପୁର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଜୟପୁରର ବିକ୍ରମଦେବ ସ୍ବୟଂଶାସିତ କଲେଜର ପ୍ଲାଟିନମ ଜୁବୁଲି ଉତ୍ସବରେ ଯୋଗ ଦେଇଛନ୍ତି। ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ୧୬ ଶହ କୋଟି ଟଙ୍କା ବ୍ୟୟରେ ୧୧୩ଟି ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ସେହିଭଳି ୧୨୩୫ ଏସଏଚଜି ଗ୍ରୁପକୁ ୫୦ କୋଟି ଟଙ୍କାର ଋଣ ସହାୟତା ପ୍ରଦାନ କରିଛନ୍ତି । ଏହାବାଦ୍ ବିକ୍ରମ ଦେବ କଲେଜକୁ ବିଶ୍ବବିଦ୍ୟାଳୟ ମାନ୍ୟତା ପ୍ରଦାନ କରାଗଲା ବୋଲି ଘୋଷଣା କରିବା ସହ ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ୧୦୦୦ ଆସନ ବିଶିଷ୍ଟ ଅଡିଟୋରିଅମ ପାଇଁ ମଧ୍ୟ ନବୀନ ଘୋଷଣା କରିଛନ୍ତି।

ଦାବି କଲେ ତାରା ପୂରଣ କଲେ ନବୀନ

ଜୟପୁରର ବିକ୍ରମଦେବ ବିଶ୍ବବିଦ୍ୟାଳୟର ମଞ୍ଚ ଉପରେ ନିଜ ଅଭିଭାଷଣ ରଖିବା ବେଳେ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି ବିକ୍ରମ ଦେବ କଲେଜକୁ ବିଶ୍ବବିଦ୍ୟାଳୟ ମାନ୍ୟତା ଦେବାନେଇ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେବାସହ ଆଉ କଣ ସମସ୍ୟା ରହିଛି ତାହା କହିଥିଲେ। ବିଧାୟକ ତାରାପ୍ରସାଦ ବାହିନୀପତି ବିକ୍ରମଦେବ ବିଶ୍ବବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଡିଟୋରିଅମର ଆବଶ୍ୟକତା ଥିବା ନେଇ ମୁଖ୍ୟମନ୍ତ୍ରୀଙ୍କ ମଞ୍ଚ ଉପାର ଜଣାଇବା ସହ ଏହା କିପରି ହୋଇପାରିବ ସେ ନେଇ ନିଜ ଦାବି ଜଣାଇଥିଲେ।

ତେବେ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ଏହି ଦାବିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେହି ମଞ୍ଚ ଉପରେ ହିଁ ପୂରଣ କରିଥିଲେ। ନିଜ ଅଭିଭାଷଣ ପରେ ମୁଖ୍ୟମନ୍ତ୍ରୀ ବିଶ୍ବବିଦ୍ୟାଳୟରେ ଏକ ଅତ୍ୟାଧୁନିକ ଅଡିଟୋରିଅମ ନିର୍ମାଣ କରାଯିବ ବୋଲି ଘୋଷଣା କରିଥିଲେ । ଏ ସଂପର୍କରେ ଅଧିକ ସୂଚନା ଦେଇ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି)  ଭି.କେ. ପାଣ୍ଡିଆନ କହିଥିଲେ ଯେ ଏହି ଅଡିଟୋରିଅମ ୧୦୦୦ ଆସନ ବିଶିଷ୍ଟ ହେବ ଏବଂ ଏଥିପାଇଁ ୮ କୋଟି ଟଙ୍କା ବିନିଯୋଗ କରାଯିବ। ଏଥି ସହିତ ଅଡିଟୋରିଅମ ନିର୍ମାଣ ପାଇଁ ଅର୍ଥରାଶିର ଚେକ୍‌ ମଧ୍ୟ ସେହି ମଞ୍ଚ ଉପରେ କୋରାପୁଟ ଜିଲ୍ଲାପାଳଙ୍କୁ ମୁଖ୍ୟମନ୍ତ୍ରୀ ପ୍ରଦାନ କରିବା ସହ କିପରି ଶୀଘ୍ର ଏହା ହୋଇପାରିବ ତାହା ନେଇ ନିର୍ଦେଶ ଦେଇଛନ୍ତି।

ସମାଜ ସହ ଯୋଡି ହୋଇ ରହିବାକୁ ଯୁବସମାଜକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ମୁଖ୍ୟମନ୍ତ୍ରୀ ଜୟପୁରର ବିକ୍ରମଦେବ ସ୍ବୟଂଶାସିତ କଲେଜର ପ୍ଲାଟିନମ ଜୁବୁଲି ଉତ୍ସବରେ କହିଥିଲେ ଯେ ଶିକ୍ଷା ଆମ ଭିତରେ ଥିବା ସଂଭାବନାକୁ ବୃଦ୍ଧି କରିଥାଏ। ଯୁବସମାଜ ଉପରେ ତାଙ୍କର ପୁରା ଆସ୍ଥା ରହିଛି।  ଆପଣମାନେ ଭଲ ପାଠ ପଢନ୍ତୁ ଏବଂ ସମାଜ ସହିତ ଯୋଡି ହୋଇ ରୁହନ୍ତୁ । ନିଜର ତଥା ନିଜ ପରିବାରର ଏବଂ ସାରା ଓଡିଶାର ସ୍ବପ୍ନ ପୂରଣ କରିବା ପାଇଁ ଉଦ୍ୟମ ଜାରି ରଖିବାକୁ ସେ ପରାମର୍ଶ ଦେଇଥିଲେ ।

କୋରାପୁଟ ତାଙ୍କ ପାଇ ସବୁବେଳେ ସ୍ବତନ୍ତ୍ର ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଭିତ୍ତିଭୂମିର ବିକାଶ ଜରିଆରେ କୋରାପୁଟର ବିକାଶ ପାଇଁ କାମ କରାଯାଉଛି। ଭିତ୍ତିଭୂମିର ଗୁରୁତ୍ବ ସଂପର୍କରେ ଉଦାହରଣମ ଦେଇ ସେ କହିଲେ ଯେ ଗୋଟିଏ ଗୁରୁପ୍ରିୟା ସେତୁ ଆଜି ସ୍ବାଭିମାନ ଅଞ୍ଚଳରେ ବିକାଶର ନୂଆ ଧାରା ଆଣିପାରିଛି ।

Leave A Reply

Your email address will not be published.