ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକଙ୍କୁ କରୋନା, ଆଶୁ ଆରୋଗ୍ୟ କାମନା କଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର: ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକଙ୍କୁ କରୋନା । କରୋନାରେ ସଂକ୍ରମିତ ହୋଇ ଭୁବନେଶ୍ବର ଏମ୍ସ ସ୍ଥିତ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ପ୍ରଦୀପ୍ତ ନାୟକ । ସୂଚନା ମୁତାବକ ବର୍ତ୍ତମାନ ପ୍ରଦୀପ୍ତ ନାୟକଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ରହିଛି । ଏକ ସ୍ବତନ୍ତ୍ର ଡାକ୍ତରୀ ଦଳ ତାଙ୍କର ସ୍ବାସ୍ଥ୍ୟବସ୍ଥା ତଦାରଖ କରୁଛନ୍ତି ।
କୋଭିଡ ସଂକ୍ରମିତ ହୋଇ ସେ ଏପ୍ରିଲ ୨୦ ତାରିଖରେ ମେଡିକାଲରେ ଭର୍ତ୍ତି ହୋଇଥିବା ବେଳେ ୨୬ରେ କୋଭିଡ ଆଇସିୟୁକୁ ସ୍ଥାନାନ୍ତର ହୋଇଥିଲେ । ଏପଟେ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ । ଏଥିସହ ରାଜ୍ୟର ଏକ ଉଚ୍ଚସ୍ତରୀୟ ଡାକ୍ତରୀ ଟିମ୍ ଓ ଏମ୍ସ କର୍ତ୍ତୁପକ୍ଷଙ୍କ ମଧ୍ୟରେ ଆଲୋଚନା କରି କିପରି ଉତ୍ତମ ଚିକିତ୍ସା ଯୋଗାଇ ଦିଆଯାଇପାରିବ ସେନେଇ ପରାମର୍ଶ ଦେଇଛନ୍ତି ।