ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଟୋକିଓ ପାରା ଅଲମ୍ପିକ୍ସରେ ଓଡ଼ିଆ ପୁଅ ପ୍ରମୋଦ ଭଗତ ହାତେଇଲେ ସ୍ବର୍ଣ୍ଣ ପଦକ

ଟୋକିଓ: ଜାପାନାର ଟୋକିଓରେ ଚାଲିଥିବା ପାରାଲିମ୍ପିକ୍ସ ୨୦୨୦ରେ ଚମକିଲେ ଓଡ଼ିଆ ପୁଅ ପ୍ରମୋଦ ଭଗତ। ସେ ବ୍ୟାଡମିଣ୍ଟନର ପୁରୁଷ ଏକକ ବର୍ଗ ଫାଇନାଲରେ ସ୍ବର୍ଣ୍ଣ ପଦକ ହାତେଇଛନ୍ତି। ପ୍ରଥମ ଭାରତୀୟ ଖେଳାଳି ଭାବେ ଅଲିମ୍ପିକ୍ସ କିମ୍ବା ପାରାଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ହାତେଇଛନ୍ତି ପ୍ରମୋଦ। ୩୩ ବର୍ଷିୟ ପ୍ରମୋଦ ଗୋଲ୍ଡ ମେଡାଲ ଜିତି ରଚିଛନ୍ତି ଇତିହାସ। ଫାଇନାଲ ମ୍ୟାଚର ପ୍ରଥମ ସେଟରେ ୨୧-୧୪ରେ ବିଜୟୀ ହୋଇଥିଲେ । ସେହିପରି ଦ୍ୱିତୀୟ ସେଟରେ ଜିତି ସଫଳତା ଆଣିଛନ୍ତି । ସେମିଫାଇନାଲରେ ଜାପାନର ଫୁଜିହାରାଙ୍କୁ ହରାଇ ସିଙ୍ଗଲସ ଏସଏଲ-୩ ଫାଇନାଲରେ ପ୍ରବେଶ କରିଛନ୍ତି ଭଗତ । ଜାପାନର ଡାଇସୁକି ଫୁଜିହାରାଙ୍କୁ ୨୧-୧୧, ୨୧-୧୬ସେଟରେ ହରାଇଛନ୍ତି ଭଗତ ।

Leave A Reply

Your email address will not be published.