ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

କରୋନା ମୁକାବିଲା ପାଇଁ OSIC ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ଫାଣ୍ଠିକୁ ୧୦ ଲକ୍ଷ ଟଙ୍କାର ସହାୟତା

ଭୁବନେଶ୍ୱର: ସମଗ୍ର ବିଶ୍ୱ କରୋନାର ଦ୍ୱିତୀୟ ଲହରୀ ବିରୁଦ୍ଧରେ ଯୁଦ୍ଧ କରୁଛି । ସେପଟେ ରାଜ୍ୟ ସରକାରଙ୍କ ପକ୍ଷରୁ ମଧ୍ୟ କୋଭିଡ ମୁକାବିଲାକୁ ଶାଣିତ କରାଯାଇଛି। ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ସମୟୋଚିତ ଦୃଢ଼ ପଦକ୍ଷପ ଓ ଓଡିଶାବାସୀଙ୍କ ସକ୍ରିୟ ସହଯୋଗ ଯୋଗୁଁ କରୋନା ଜନିତ ସଂକ୍ରମଣକୁ ଓଡିଶା ଆଜି ସୁଦ୍ଧା ନିୟନ୍ତ୍ରଣରେ ରଖିବାକୁ ସକ୍ଷମ ହୋଇଛି । ଏହି ଘଡିସନ୍ଧି ମୁହୂର୍ତ୍ତରେ କରୋନାର ମୁକାବିଲା ଓ ମାନବିକତା ଗତିବିଧିକୁ କ୍ରିୟାଶୀଳ କରି ରଖିବା ଉଦ୍ଦେଶ୍ୟରେ ଓଡିଶା କ୍ଷୁଦ୍ରଶିଳ୍ପ ନିଗମ( OSIC) ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠି “କୋଭିଡ୍–୧୯” କୁ ୧୦ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରି ସରକାରଙ୍କୁ ସହଯୋଗର ହାତ ବଢ଼େଇଛନ୍ତି । ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ନିଗମର ଅଧ୍ୟକ୍ଷ ଚିନ୍ମୟ ସାହୁ ଏବଂ ମୁଖ୍ୟ ପରିଚାଳନା ନିର୍ଦ୍ଦେଶକ ପ୍ରଦୀପ୍ତ କୁମାର ସାହାଣୀ ଏହି ରାଶିର ଚେକ୍‌ ପ୍ରଦାନ କରିଛନ୍ତି ।

ଏହି ଅବସରରେ ନିଗମର ଅଧ୍ୟକ୍ଷ ଚିନ୍ମୟ ସାହୁ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ବ ଓ ଦୂରଦର୍ଶୀ କୋଭିଡ୍ ପରିଚାଳନା ଯୋଗୁଁ ଓଡ଼ିଶାରେ କୋଭିଡ ମହାମାରୀ ସ୍ଥିତି ନିୟନ୍ତ୍ରଣାଧୀନ ରହିଛି । କୋଭିଡ୍ ପରିଚାଳନା କ୍ଷେତ୍ରରେ ଓଡ଼ିଶା ଅନେକ ରାଜ୍ୟଠାରୁ ଭଲ ସ୍ଥିତିରେ ଅଛି । ଏହି ସାମ୍ପ୍ରତିକ ପରିସ୍ଥିତିରେ ସାମାଜିକ ଦୂରତ୍ୱକୁ ଯଥାସମ୍ଭବ ପାଳନ କରି ନିଜ ଘରେ ନିଜକୁ ଆବଦ୍ଧ ରଖି ନିଜର ଆତ୍ମୀୟସ୍ୱଜନ ଓ ପରିବାରବର୍ଗଙ୍କୁ ବିଶ୍ୱ ମହାମାରୀ କରୋନାରୁ ସୁରକ୍ଷିତ ରଖିବାକୁ ଚିନ୍ମୟ ସାହୁ ବିନମ୍ର ଅନୁରୋଧ କରିଛନ୍ତି ।

Leave A Reply

Your email address will not be published.