ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟ ସରକାରଙ୍କୁ ଓଡ଼ିଶା କ୍ଷୁଦ୍ରଶିଳ୍ପ ନିଗମର ୧ କୋଟି ୪୦ ଲକ୍ଷ ଟଙ୍କା ଲାଭାଂଶ ପ୍ରଦାନ

ଭୁବନେଶ୍ବର : ଓଡିଶା କ୍ଷୁଦ୍ରଶିଳ୍ପ ନିଗମ ପକ୍ଷରୁ ରାଜ୍ୟ ସରକାରଙ୍କୁ ୨୦୧୮-୧୯ ବର୍ଷ ପାଇଁ ୧,୪୦,୨୭,୧୦୩ ଟଙ୍କା ଲାଭାଂଶ ବାବଦରେ ରାଜ୍ୟ ସରକାରଙ୍କୁ ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଓଡିଶା କ୍ଷୁଦ୍ରଶିଳ୍ପ ନିଗମର ଅଧ୍ୟକ୍ଷ  ଚିନ୍ମୟ ସାହୁ ଏହି ପରିମାଣର ଚେକ୍ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ପ୍ରଦାନ କରିଥିଲେ।

ସୂଚନାଯୋଗ୍ୟଯେ ୨୦୧୮-୧୯ ବର୍ଷରେ ଓଡିଶା କ୍ଷୁଦ୍ରଶିଳ୍ପ ନିଗମ ସମସ୍ତ କର ପ୍ରଦାନ କରି ବା ପରେ ୪,୬୭,୪୬,୯୯୬ ଟଙ୍କା ଲାଭ କରିଥିଲା। ତେଣୁ ରାଜ୍ୟ ସରକାରଙ୍କୁ ନିଗମ ୩୦ ପ୍ରତିଶତ ଲାଭାଂଶ ବାବଦରେ ୧,୪୦,୨୭,୧୦୩ ଟଙ୍କା ପ୍ରଦାନ କରିଛି।ଭିଡିଓ କନଫରେନ୍ସ ଜରିଆରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ ବିଭାଗ ମନ୍ତ୍ରୀ  ଦିବ୍ୟ ଶଙ୍କର ମିଶ୍ର, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ ବିଭାଗର ପ୍ରମୁଖ ସଚିବ ରଞ୍ଜନା ଚୋପ୍ରା ପ୍ରମୁଖ ଲୋକ ସେବା ଭବନରେ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ ୫ଟି ଭି.କେ ପଣ୍ଡିଆନ ମଧ୍ୟ ଉପସ୍ଥିତ ଥିଲେ।

Leave A Reply

Your email address will not be published.