ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପଦମପୁର ଉପନିର୍ବାଚନ: ସ୍ଥିତି ପରଖିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ, ନିର୍ବାଚନ ପ୍ରସ୍ତୁତି ନେଇ ଜିଲ୍ଲା ପ୍ରଶାସନ ସହ କଲେ ଆଲୋଚନା

ପଦମପୁର: ପଦମପୁରରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶିଲ ଲୋହାନୀ । ଉପନିର୍ବାଚନରେ ଆଇନ ଶୃଙ୍ଖଳା ପରିସ୍ଥିତିରେ ସମୀକ୍ଷା କରିବା ସହ ଜିଲ୍ଲା ପ୍ରଶାସନ ସହ କଲେ ଆଲୋଚନା । ପଦମପୁରରେ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ ନେଇ ତର୍ଜମା କଲେ ସିଇଓ ।

ଏହି ଗସ୍ତ ଅବସରରେ ବରଗଡ଼ ଜିଲ୍ଲାପାଳ ଓ ଏସ୍ପିଙ୍କ ସହ ଆଲୋଚନା କରିଛନ୍ତି ସିଇଓ । ଆଚରଣବିଧି ଉଲ୍ଲଂଘନ ଉପରେ ତ୍ୱରିତ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି । ଆଇନ ଶୃଙ୍ଖଳା ପରିସ୍ଥିତି ନେଇ ତର୍ଜମା କରିବା ସହ କାଉଣ୍ଟିଂ ସେଣ୍ଟର ଓ ଷ୍ଟ୍ରଙ୍ଗ ରୁମ୍‌ ବୁଲି ଦେଖିଛନ୍ତି। ସମୀକ୍ଷା ପରେ ସୁରୁଖୁରୁରେ ନିର୍ବାଚନ ପାଇଁ ରାଜନୈତିକ ଦଳଙ୍କୁ ଅନୁରୋଧ କରିଛନ୍ତି ସିଇଓ । ପ୍ରକାଶଯୋଗ୍ୟ, ଡିସେମ୍ବର ୫ ତାରିଖରେ ପଦ୍ମପୁରରେ ଉପ-ନିର୍ବାଚନ ହେବାକୁ ଯାଉଛି । ଏଥିପାଇଁ ତିନି ପ୍ରମୁଖ ରାଜନୈତିକ ଦଳ ପ୍ରଚାର ଜୋରଦାର କରିଛନ୍ତି ।

Leave A Reply

Your email address will not be published.