ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

କରୋନା ଆକ୍ରାନ୍ତ ପଦ୍ମଶ୍ରୀ ନନ୍ଦ ସାରଙ୍କ ସ୍ବାସ୍ଥ୍ୟବସ୍ଥା ସଙ୍କଟାପନ୍ନ, ଯାଜପୁରରୁ ଭୁବନେଶ୍ୱରକୁ କରାଗଲା ସ୍ଥାନାନ୍ତର

ଯାଜପୁର : ଶତାୟୁ ଶିକ୍ଷକ ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟି(ନନ୍ଦ ସାର)ଙ୍କ ସ୍ବାସ୍ଥ୍ୟବସ୍ଥା ସଙ୍କଟାପନ୍ନ। କରୋନାରେ ଆକ୍ରାନ୍ତ ହୋଇ ଯାଜପୁରର ଟାଟା ମେଡିକା କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଥିବାବେଳେ ଆଜି ତାଙ୍କ ସ୍ବାସ୍ଥ୍ୟବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଭୁବନେଶ୍ବରର ସମ୍ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।

ଗତ ନଭେମ୍ବର ୨୯ ତାରିଖରେ ନନ୍ଦ ପୃଷ୍ଟିଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖା ଦେବାରୁ ତାଙ୍କୁ ପ୍ରଥମେ ସୁକିନ୍ଦା ଗୋଷ୍ଠୀସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ତେବେ ସ୍ବାସ୍ଥ୍ୟ ଅବସ୍ଥା ଅଧିକ ଖରାପ ହେବାରୁ ତାଙ୍କୁ ନଭେମ୍ବର ୩୦ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା।ସେଠାରେ ସେ କୋଭିଡ଼ ପଜିଟିଭ ଚିହ୍ନଟ ହୋଇଥିଲେ । ତାପରେ ତାଙ୍କୁ  ଟାଟା କୋଭିଡ଼ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ସେ ଚିକିତ୍ସିତ ହେଉଥିଲେ। ଆଜି ହଠାତ ତାଙ୍କ ସ୍ବାସ୍ଥ୍ୟବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଭୁବନେଶ୍ବରର ସମ୍ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।ସୂଚନାଯୋଗ୍ୟ, ନଭେମ୍ବର ୯ତାରିଖରେ ସେ ଦିଲ୍ଲୀରେ ରାଷ୍ଟ୍ରପତିଙ୍କ ଦ୍ୱାରା ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହୋଇଥିଲେ । ଏହି ଅବସରରେ ସେ ରାଷ୍ଟ୍ରପତିଙ୍କୁ ଆଶିର୍ବାଦ କରିବା ଦୃଶ୍ୟ ସବୁଆଡ଼େ ଚର୍ଚ୍ଚାର ବିଷୟ ପାଲଟିଥିଲା ।

 

Leave A Reply

Your email address will not be published.