ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶତାୟୁ ଶିକ୍ଷକ ପଦ୍ମଶ୍ରୀ ନନ୍ଦ ସାରଙ୍କ ପରଲୋକ

ଭୁବନେଶ୍ବର : ଶତାୟୁ ଶିକ୍ଷକ ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟି(ନନ୍ଦ ସାର)ଙ୍କ ପରଲୋକ ହୋଇଛି। ୧୦୪ ବର୍ଷ ବୟସରେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଛି । କିଛିଦିନ ଧରି ସେ କରୋନାରେ ଆକ୍ରାନ୍ତ ହୋଇ କଳିଙ୍ଗନଗର ଡୁବୁରୀ ସ୍ଥିତ ଘରୋଇ ମେଡିକାଲରେ ଭର୍ତ୍ତି ହୋଇଥିଲେ । ପରେ ତାଙ୍କ ସ୍ଵାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ଭୁବନେଶ୍ୱର ସ୍ଥାନ୍ତାନ୍ତର ହୋଇଥିଲେ । ଆଜି ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ପରଲୋକ ନେଇ ନନ୍ଦ ସାରଙ୍କ ନାତି ଖଗେଶ୍ୱର ପୃଷ୍ଟିଙ୍କ ସୂଚନା ଦେଇଛନ୍ତି।

ସୂଚନା ଅନୁସାରେ ଗତ ନଭେମ୍ବର ୨୯ ତାରିଖରେ ନନ୍ଦ ପୃଷ୍ଟିଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖା ଦେବାରୁ ତାଙ୍କୁ ପ୍ରଥମେ ସୁକିନ୍ଦା ଗୋଷ୍ଠୀସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ତେବେ ସ୍ବାସ୍ଥ୍ୟ ଅବସ୍ଥା ଅଧିକ ଖରାପ ହେବାରୁ ତାଙ୍କୁ ନଭେମ୍ବର ୩୦ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା।ସେଠାରେ ସେ କୋଭିଡ଼ ପଜିଟିଭ ଚିହ୍ନଟ ହୋଇଥିଲେ । ତାପରେ ତାଙ୍କୁ  ଟାଟା କୋଭିଡ଼ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ସେ ଚିକିତ୍ସିତ ହେଉଥିଲେ। ଡିସେମ୍ବର ୪ରେ  ହଠାତ ତାଙ୍କ ସ୍ବାସ୍ଥ୍ୟବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା।ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ଦେହାନ୍ତ ହୋଇଛି।

ସୂଚନାଯୋଗ୍ୟ ଯାଜପୁର ଜିଲ୍ଲା ସୁକିନ୍ଦା ବ୍ଳକ୍‌ର କନ୍ତିରା ଗାଁର ବାସିନ୍ଦା ୧୦୪ ବର୍ଷିୟ ନନ୍ଦ ସାର୍ ୮୦ ବର୍ଷ ହେଲାଣି ଗାଁ ଛୁଆଙ୍କୁ ପାଠପଢ଼ାଇ ଆସୁଥିଲେ । ତେବେ ଏଥିପାଇଁ ସେ କୌଣସି ପାରିଶ୍ରମିକ ନେଉନଥିଲେ ।କିଛିଦିନ ପୂର୍ବେ ଏ ସମ୍ପର୍କରେ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ରାଜ୍ୟ ସରକାର ପଦ୍ମଶ୍ରୀ ପାଇଁ ତାଙ୍କ ନାମ ସୁପାରିଶ କରିଥିଲେ।  ନଭେମ୍ବର ୯ତାରିଖରେ ସେ ଦିଲ୍ଲୀରେ ରାଷ୍ଟ୍ରପତିଙ୍କ ଦ୍ୱାରା ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହୋଇଥିଲେ ।  ଏହି ଅବସରରେ ସେ ରାଷ୍ଟ୍ରପତିଙ୍କୁ ଆଶିର୍ବାଦ କରିବା ଦୃଶ୍ୟ ସବୁଆଡ଼େ ଚର୍ଚ୍ଚାର ବିଷୟ ପାଲଟିଥିଲା ।

Leave A Reply

Your email address will not be published.