ଓଡ଼ିଶାର ଗଣପର୍ବ ରଜ ଓ ପବିତ୍ର ସ୍ନାନ ପୂର୍ଣ୍ଣିମା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର:ଓଡ଼ିଶାର ଗଣପର୍ବ ରଜ ଓ ପବିତ୍ର ସ୍ନାନ ପୂର୍ଣ୍ଣିମା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଟ୍ବିଟରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଯେ, ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ଦିବ୍ୟ ଅନୁଭବ ପ୍ରଦାନ କରୁଛି। ଏହା ସହିତ ରାଜ୍ୟ ବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।
ପବିତ୍ର ସ୍ନାନ ପୂର୍ଣ୍ଣିମା ଅବସରରେ ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ଦିବ୍ୟ ଅନୁଭବ ପ୍ରଦାନ କରୁଛି। ଏହି ପବିତ୍ର ଅବସରରେ ମହାପ୍ରଭୁଙ୍କ ନିକଟରେ ସମସ୍ତଙ୍କ ସୁଖ ଓ କଲ୍ୟାଣମୟ ଜୀବନ କାମନା କରୁଛି। #JaiJagannatha pic.twitter.com/V2oX6eTrVp
— Naveen Patnaik (@Naveen_Odisha) June 14, 2022
ସେହିପରି ପହିଲି ରଜରେ ଟ୍ବିଟର ଜରିଆରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।ରଜ ଉପଲ୍ଲଖେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ବିଟ୍ କରି କହିଛନ୍ତି ଯେ, ଓଡ଼ିଶା ସଂସ୍କୃତି ଓ ପରମ୍ପରାର ପ୍ରତୀକ।ଏ ହି ପର୍ବ ସମାଜରେ ଆନନ୍ଦ,ଉତ୍ସାହ ଓ ଉଲ୍ଲାସ ଭରିଦେଉ। ଆହୁରି ମଧ୍ୟ ସେ ରାଜ୍ୟବାସୀଙ୍କ ଜୀବନ ସୁଖ ଓ ମଙ୍ଗଳମୟ ହେଉ ବୋଲି କାମନା କରିଛନ୍ତି ।
ଗଣପର୍ବ ରଜ ଅବସରରେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା। ଓଡ଼ିଆ ସଂସ୍କୃତି ଓ ପରମ୍ପରାର ପ୍ରତୀକ ଏହି ପର୍ବ ସମାଜରେ ଆନନ୍ଦ, ଉତ୍ସାହ ଓ ଉଲ୍ଲାସ ଭରିଦେଉ। ଏହି ଅବସରରେ ସମସ୍ତଙ୍କ ସୁଖ ଓ ମଙ୍ଗଳମୟ ଜୀବନ କାମନା କରୁଛି। #ରଜ pic.twitter.com/3kBqXlBhWy
— Naveen Patnaik (@Naveen_Odisha) June 14, 2022