ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଇମ୍ରାନ ଖାନ୍‌ଙ୍କୁ ଗୁଳିମାଡ଼ ପରେ ପାକିସ୍ତାନର ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ; ଇସଲାମାବାଦରେ ଲାଗିଲା ଲକଡାଉନ୍

ନୂଆଦିଲ୍ଲୀ : ଗତକାଲି ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପିଟିଆଇ ଅଧ୍ୟକ୍ଷ ଇମ୍ରାନ ଖାନ୍‌ଙ୍କ ଉପରେ ଗୁଳିମାଡ଼ ହେବାପରେ ସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି । ଇମ୍ରାନଙ୍କ ସମର୍ଥକମାନେ ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି । ସ୍ଥିତି ଅଣାୟତ ହୋଇପଡ଼ିଥିବା ବେଳେ ଇସଲାମାବାଦରେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଲକଡାଉନ ଘୋଷଣା କରାଯାଇଛି । ସହବାଜ ସରକାରଙ୍କ ସୁପାରିଶ ଅନୁସାରେ ଏହି ସମ୍ପୂର୍ଣ୍ଣ ଅଞ୍ଚଳ ସିଲ୍ କରିଦିଆଯାଇଛି । ତେବେ ଇସଲାମାବାଦରେ ତାଲା ପକାଇବା ସମୟରେ ଅତ୍ୟାବଶ୍ୟକ ସେବା ଉପରେ କୌଣସି ପ୍ରତିବନ୍ଧକ ରହିବ ନାହିଁ। ଜଳ ଯୋଗାଣ, ରାସନ ଯୋଗାଣ ଏବଂ ଚିକିତ୍ସା ସେବା ଇତ୍ୟାଦି ଜାରି ରହିବ। ଏପରିକି ମଦ୍ରାସା, ସ୍କୁଲ ଓ କଲେଜଗୁଡ଼ିକ ବନ୍ଦ କରିଦେଇଛି ପ୍ରଶାସନ । ସମର୍ଥକଙ୍କ ବିରୋଧ ପ୍ରଦର୍ଶନକୁ ଦେଖି ଏପରି ପଦକ୍ଷେପ ନିଆଯାଇଛି ।

ସୂଚନାଯୋଗ୍ୟ, ଗତକାଲି ପାକିସ୍ତାନର ୱାଜିରାବାଦର ଜାଫର ଅଲ୍ଲୀ ଖାଁ ଚୌକରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଆଜାଦୀ ମାର୍ଚ୍ଚରେ ଯିବା ବେଳେ ତାଙ୍କ ଉପରକୁ ଗୁଳିମାଡ଼ କରାଯାଇଥିଲା । ଆକ୍ରମଣକାରୀ ଏକେ-୪୭ରେ ଇମ୍ରାନ୍ ଙ୍କ ଉପରେ ୪ ରାଉଣ୍ଡ ଗୁଳି ଚଳାଇଥିଲେ । ତେବେ ଇମ୍ରାନଙ୍କ ଗୋଡ଼ରେ ଗୁଳି ବାଜିଥିବା ବେଳେ ସେ ଏବେ ଲାହୋର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି । ବର୍ତ୍ତମାନ ଇମ୍ରାନ ବିପଦମୁକ୍ତ ଥିବା ହସ୍ପିଟାଲ ପକ୍ଷରୁ କୁହାଯାଇଛି । ଅନ୍ୟପକ୍ଷରେ ଏହି ଆକ୍ରମଣରେ ଇମ୍ରାନଙ୍କ ଜଣେ ସହଯୋଗୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୧୨ ଜଣ ସହଯୋଗୀ ଆହତ ହୋଇଛନ୍ତି ।

ଅନ୍ୟପଟେ ଇମ୍ରାନ ଖାନଙ୍କୁ ଗୁଳି ମାରିଥିବା କଥାକୁ ସ୍ୱୀକାର କରିଛି ଗିରଫ ଅଭିଯୁକ୍ତ । ଆକ୍ରମଣକାରୀ ନାଁ ମହମ୍ମଦ ନାଭେଦ । ଅପରାଧ ସ୍ୱୀକାର କରିବା ସହ କେବଳ ଇମ୍ରାନଙ୍କୁ ହତ୍ୟା କରିବାକୁ ଚାହୁଁଥିବା ବୋଲି କହିଛି । ସେ କହିଛି, ଇମ୍ରାନ୍‌ ମିଛ କହି ଲୋକଙ୍କୁ ଲଗାତାର ବିଭ୍ରାନ୍ତ କରି ଚାଲୁଥିଲେ । ଏଥିରେ ଅତିଷ୍ଠ ହୋଇ ସେ ଏଭଳି ପଦକ୍ଷେପ ନେଲା ବୋଲି ପାକିସ୍ତାନ ପୋଲିସକୁ ନିଜ ବୟାନରେ କହିଛନ୍ତି ଅଭିଯୁକ୍ତ ମହମ୍ମଦ ନାଭେଦ । ସେ ଆହୁରି କହିଛି, ତା ପଛରେ କେହି ନାହାନ୍ତି । ଏକା ଆସିଥିଲା । ଇମ୍ରାନ୍‌ ଖାନ ଲାହୋର ଛାଡିବା ଦିନଠାରୁ ହତ୍ୟା କରିବା ପାଇଁ ଯୋଜନା କରିଥିବା ବୋଲି ଆକ୍ରମଣକାରୀ କହିଛି ।

Leave A Reply

Your email address will not be published.