ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପଞ୍ଚାୟତ ନିର୍ବାଚନ: ୨୩ ତାରିଖରେ ରାଜ୍ୟର ୪୫ଟି ବୁଥରେ ହେବ ସାନି ମତଦାନ

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ । ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଶେଷ ହୋଇସାରିଲାଣି । ମାତ୍ର ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନରେ ଯେଉଁ ଯେଉଁ ବୁଥରେ ମତଦାନ ହୋଇପାରିନଥିଲା, ସେହି ବୁଥରେ ଆସନ୍ତା ୨୩ ତାରିଖରେ ପୁଣିଥରେ ସାନି ମତଦାନ କରିବାକୁ ନିଷ୍ପତ୍ତି ନିଆଯାଇଛି । ସୂଚନା ଅନୁସାରେ, ଆସନ୍ତା ୨୩ ତାରିଖରେ ରାଜ୍ୟର ୪୫ଟି ବୁଥରେ ହେବ ସାନି ମତଦାନ । ତେବେ ପ୍ରଥମ ପର୍ଯ୍ୟାୟରେ ୨୫ଟି ବୁଥରେ ଏବଂ ଦ୍ୱିତୀୟ ପର୍ଯ୍ୟାୟରେ ୨୦ଟି ବୁଥରେ ମତଦାନ ହୋଇପାରିନଥିଲା । ତେଣୁ ଏହି ୪୫ଟି ବୁଥରେ ଆସନ୍ତା ୨୩ ତାରିଖ ଭୋଟ୍ ପଡିବା ନେଇ ନିଷ୍ପତ୍ତି ନିଆଯାଇଛି । ସକାଳ ୯ଟାରୁ ଏହି ୪୫ଟି ବୁଥରେ ମତଦାନ ଆରମ୍ଭ ହୋଇ ଦିନ ୩ଟା ପର୍ଯ୍ୟନ୍ତ ଚାଲିବ ।

Leave A Reply

Your email address will not be published.