ହାଇୱାକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍: ୨ମୃତ, ୨୦ରୁ ଉର୍ଦ୍ଧ୍ବ ଆହତ
ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ଚାନ୍ଦିପୋଷ ନିକଟରେ ଗତକାଲି ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଠିଆ ହୋଇଥିବା ହାଇୱାକୁ ଧକ୍କା ଦେଇଛି। ଏହି ଧକ୍କାରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ଉଦ୍ଧାର କରାଯାଇ ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଦୁଇ ଜଣଙ୍କୁ ଯେପି ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।