ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଭାରସାମ୍ୟ ହରାଇ ଓଲଟିଲା ଗୋରୁ ବୋଝେଇ ପିକଅପ୍ ଭ୍ୟାନ୍: ୧୩ ମୃତ, ୧୭ ଗୋରୁ ଗୁରୁତର

ଦଶପଲ୍ଲା: ନୟାଗଡ ଜିଲ୍ଲା ଦଶପଲ୍ଲା ଥାନା ଯୋଗୀବନ୍ଧ ଛକ ନିକଟରେ ଅଭାବନୀୟ ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ଗୋରୁ ବୋଝେଇ ପିକଅପ୍ ଭ୍ୟାନ୍ ଓଲଟିପଡିଛି। ଦୁର୍ଘଟଣାରେ ୧୩ ଗୋରୁଙ୍କର ମୃତ୍ୟୁ ହୋଇଥିବାବେଳେ ୧୭ ଗୋରୁ ଗୁରୁତର ହୋଇଥିବା ଜଣାପଡିଛି। ଦୁର୍ଘଟଣା ଘଟିବା ପରେ ଡ୍ରାଇଭର ଜଣକ ଘଟଣାସ୍ଥଳରୁ ଫେରାର୍ ହୋଇଯାଇଛି। ଗୁରୁତର ଗାରୁଙ୍କୁ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ପିକଅପ ଭ୍ୟାନକୁ ଜବତ କରି ତଦନ୍ତ ଆରମ୍ଭ କରିଛି।

Leave A Reply

Your email address will not be published.