ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆରମ୍ଭ ହେଲା ଯୁକ୍ତ ଦୁଇ ପରୀକ୍ଷା, ରାଜ୍ୟର ୧୧ ଶହ ୩୩ କେନ୍ଦ୍ରରେ ପରୀକ୍ଷା ଦେଉଛନ୍ତି ୩ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ

ଭୁବନେଶ୍ବର : ଆରମ୍ଭ ହୋଇଛି ଯୁକ୍ତ ଦୁଇ ପରୀକ୍ଷା । କରୋନା ପାଇଁ ଦୁଇ ବର୍ଷ ପରେ ଯୁକ୍ତଦୁଇ ଅଫଲାଇନ ପରୀକ୍ଷା ଦେଉଛନ୍ତି ଛାତ୍ରଛାତ୍ରୀ । ପ୍ରଚଣ୍ଡ ଖରାକୁ ନଜରରେ ରଖି ପରିକ୍ଷାର୍ଥୀଙ୍କ ପାଇଁ ସମସ୍ତ ପ୍ରକାର ବନ୍ଦୋବସ୍ତ କରାଯାଇଛି। ପରୀକ୍ଷା କେନ୍ଦ୍ରରେ ଥଣ୍ଡା ପାଣି ସହ ଓଆରଏସ ମହଜୁତ ରଖାଯାଇଛି। ଚଳିତବର୍ଷ ୩ ଲକ୍ଷ ୨୧ ହଜାର ୫୦୮ ଜଣ ଛାତ୍ରଛାତ୍ରୀ ଯୁକ୍ତ୨ ପରୀକ୍ଷା ଦେବେ । ୧୧୩୩ଟି ପରୀକ୍ଷା କେନ୍ଦ୍ର ଓ ୨୦୨ଟି ପରୀକ୍ଷା ପରିଚାଳନା ହବ୍ ତଥା ନୋଡାଲ୍ ସେଣ୍ଟର ହୋଇଛି । ପରୀକ୍ଷାରେ ସ୍ବଚ୍ଛତା, କପି ରୋକିବା, ନକଲି ପ୍ରଶ୍ନପତ୍ର ଓ ଗୁଜବକାରୀଙ୍କ ଉପରେ କଡ଼ା ନଜର ରଖିବା ଉପରେ ଏଥର ଗୁରୁତ୍ବାରୋପ କରାଯାଇଛି ।

ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହେବ । ପ୍ରଥମ ଦିନରେ ମାତୃଭାଷା ସାହିତ୍ୟ ପରୀକ୍ଷା ହେବ । ସକାଳ ୮ଟା ରୁ ୮.୩୦ ମଧ୍ୟରେ ଛାତ୍ରଛାତ୍ରୀଙ୍କୁ କେନ୍ଦ୍ରକୁ ଛଡ଼ାଯିବ । ୧୦ ମିନିଟ ପୂର୍ବରୁ ପରୀକ୍ଷାର୍ଥୀଙ୍କୁ ପ୍ରଶ୍ନ ପତ୍ର ଏବଂ ୫ ମିନିଟ ପୂର୍ବରୁ ଉତ୍ତର ଖାତା ମିଳିବ।ଚଳିତ ବର୍ଷ ମୋଟ ୩ ଲକ୍ଷ ୨୧ ହଜାର ୫୦୮ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଉଥିବା ବେଳେ ସେଥିମଧ୍ୟରୁ କଳାରେ ୨ ଲକ୍ଷ ୧୩ ହଜାର ୪୩୨ ଓ ବିଜ୍ଞାନରେ ୭୮ ହଜାର ୭୭ ଜଣ ଛାତ୍ରଛାତ୍ରୀ ଅଛନ୍ତି। ସେହିପରି ବାଣିଜ୍ୟରେ ୨୪ ହଜାର ୧୩୬ ଏବଂ ଧନ୍ଦାମୂଳକ ଶିକ୍ଷାରେ ୫ ହଜାର ୮୬୩ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଉଛନ୍ତି। ପରୀକ୍ଷା ପାଇଁ କେନ୍ଦ୍ରଗୁଡ଼ିକରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସିସିଟିଭି ନଜରରେ ପରୀକ୍ଷା କେନ୍ଦ୍ର ଥିବା ବେଳେ, ମୋବାଇଲ ବାରଣ କରାଯାଇଛି।

ଛାତ୍ରଛାତ୍ରୀ ସାଙ୍ଗରେ କେବଳ ଆଡମିଟ କାର୍ଡ, ବ୍ଲାକ ବଲ ପେନ୍, ପାଣି ବୋତଲ ଓ ସାନିଟାଇଜର ନେଇ ପାରିବେ । କମ୍ପାସ ବକ୍ସ ବା ପେନସିଲ ବକ୍ସ ନେବା ଉପରେ କଟକଣା ଜାରି ହୋଇଛି । ଲେଖିବା ପାଇଁ ୨୮ ପୃଷ୍ଠା ସମ୍ବଳିତ ଉତ୍ତର ଖାତା ଦିଆଯିବ । ଏହା ବ୍ୟତୀତ ଆଡିସନାଲ ପେପର ଦିଆଯିବ ନାହିଁ ।ପରୀକ୍ଷାରେ ସ୍ବଚ୍ଛତା, କପି ରୋକିବା, ନକଲି ପ୍ରଶ୍ନପତ୍ର ଓ ଗୁଜବକାରୀଙ୍କ ଉପରେ କଡ଼ା ନଜର ରଖିବା ଉପରେ ଏଥର ଗୁରୁତ୍ବାରୋପ କରାଯାଇଛି ।ଆଇନ ଶୃଙ୍ଖଳା ନିମନ୍ତେ ପ୍ରତି ସେକ୍ଟର ଅନୁଯାୟୀ ଆବଶ୍ୟକ ପୁଲିସ, ଗାଡ଼ି ଆଦି ମୁତୟନ ହୋଇଛି । ସୋସିଆଲ୍ ମିଡିଆ ମାଧ୍ୟମରେ ନକଲି ପ୍ରଶ୍ନପତ୍ର ଭାଇରାଲ କରୁଥିବା ବ୍ୟକ୍ତି, ପ୍ରଶ୍ନପତ୍ର ଓ ଉତ୍ତର ଖାତା ବିଷୟରେ ଗୁଜବ ସୃଷ୍ଟି କରୁଥିବା ବ୍ୟକ୍ତିଙ୍କ ଉପରେ ତୀକ୍ଷ୍ଣ ନଜର ରଖିବା, ଏଭଳି ବ୍ୟକ୍ତିଙ୍କୁ ଠାବ କରି ସେମାନଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ କୁହାଯାଇଛି । କପି ରୋକିବା ଲାଗି ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଯିବା ସହ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ହୋଇଛି । ପରୀକ୍ଷା ପରିଚାଳନା ଦାୟିତ୍ବରେ ରହିଥିବା ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀମାନେ ପରୀକ୍ଷା ଆରମ୍ଭ ପୂର୍ବରୁ କେନ୍ଦ୍ରର ଏକ ସ୍ବତନ୍ତ୍ର ସ୍ଥାନରେ ମୋବାଇଲ୍‌ ଦାଖଲ କରିବେ । ପରୀକ୍ଷା ଆରମ୍ଭ ହେବାର ଅଧଘଣ୍ଟା ପରେ କୌଣସି ବି ପରୀକ୍ଷାର୍ଥୀଙ୍କୁ କେନ୍ଦ୍ର ଭିତରକୁ ‌ ପ୍ରବେଶ ଲାଗି ଅନୁମତି ଦିଆଯିବ ନାହିଁ ଏବଂ ପ୍ରଥମ ଏକ ଘଣ୍ଟା ମଧ୍ୟରେ ପରୀକ୍ଷାର୍ଥୀ ଉତ୍ତର ଖାତା ଦାଖଲ କରିପାରିବେ ନାହିଁ । ହଲ୍‌, ପ୍ରଶ୍ନପତ୍ର ଖୋଲିବା, ପରୀକ୍ଷା ଚାଲିଥିବା ସମୟ ଓ ଉତ୍ତର ଖାତା ସିଲ୍‌ ପରି କାର୍ଯ୍ୟକ୍ରମ ସିସିଟିଭି ନଜରରେ ଅନୁଷ୍ଠିତ ହେବ। ପରୀକ୍ଷାର ସୁପରିଚାଳନା ପାଇଁ ପରିଷଦ ପକ୍ଷରୁ ସ୍କ୍ବାଡ୍‌ ଗଠିତ ହୋଇଛି ।

ଅନ୍ୟପଟେ ରାଜ୍ୟରେ ଯୁକ୍ତ ଦୁଇ ପରିକ୍ଷାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ଶଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ‘ଏହି ପରୀକ୍ଷା ଛାତ୍ରାଛାତ୍ରୀଙ୍କ କ୍ୟାରିୟର ଗଠନ ପାଇଁ ବହୁତ ଗୁରୁତ୍ବପୂର୍ଣ୍ଣ, ତେଣୁ ସବୁ ପରୀକ୍ଷାର୍ଥୀ ଯେପରି ଚାପମୁକ୍ତ ହେବା ସହିତ ପରୀକ୍ଷାରେ ଉତ୍ତମ ପଦର୍ଶନ କରିବେ ସେଥିପ୍ରତି ଆମେ ସମସ୍ତେ ଯତ୍ନବାନ ହେବା ଆବଶ୍ୟକ। ଶାନ୍ତିପୂର୍ଣ୍ଣ  ଓ ତ୍ରୁଟିଶୂନ୍ୟ ପରୀକ୍ଷା ପରିଚାଳନା ପାଇଁ ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀ, ଶିକ୍ଷକଶିକ୍ଷୟତ୍ରୀ, ଅଭିଭାବକ ତଥା ଜନସାଧାରଣ, ସମସ୍ତଙ୍କ ସହଯୋଗ କାମନା କରିଛନ୍ତି। ’

Leave A Reply

Your email address will not be published.