ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପୁଲିସ -ମାଓବାଦୀ ମୁହାଁମୁହିଁ: ୬ ମାଓବାଦୀ ମୃତ

ମାଲକାନଗିରି: ତେଲେଙ୍ଗାନା ଓ ଛତିଶଗଡ଼ ସୀମାରେ ପୁଲିସ ମାଓବାଦୀ ମୁହାଁମୁହିଁ। ତେଲେଙ୍ଗାନା ଗ୍ରେହାଉଣ୍ଡ ଯବାନଙ୍କ ସହ ଗୁଳି ବିନିମୟ ଘଟିଛି। ଘଟଣାସ୍ଥଳରୁ ୬ ମାଓବାଦୀଙ୍କ ମୃତଦେହ ଉଦ୍ଧାର କରାଯାଇଛି।

ଏହାସହ ବିପୁଳ ପରିମାଣର ବନ୍ଧୁକ ଓ ଗୁଳି ଜବତ କରାଯାଇଛି। ତେଲେଙ୍ଗାନା କୋତ୍ତାଗୁଡମ ଅଞ୍ଚଳରେ ମାଓବାଦୀ ଲୁଚିଥିବା ନେଇ ଗୁଇନ୍ଦା ବିଭାଗକୁ ସୂଚନା ମିଳିଥିଲା। ସୂଚନାକୁ ଆଧାର କରି ଅପରେସନ କରିଥିଲେ ଯବାନ। ଅପରେସନରେ କୋତ୍ତାଗୁଡମ ଏସପି ସୁନିଲ ଦତ୍ତ ମଧ୍ୟ ସାମିଲ ହୋଇଛନ୍ତି। ଘଟଣାସ୍ଥଳରେ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି।

Leave A Reply

Your email address will not be published.