ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟର ନୂଆ ସରକାରରେ ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ, ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗ…

ଭୁବନେଶ୍ବର : ରାଜ୍ୟର ନୂଆ ବିଜେପି ସରକାରରେ ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ କରାଯାଇଛି। ମୁଖ୍ୟମନ୍ତ୍ରୀ ଓ ଦୁଇ ଉପ ମୁଖ୍ୟମନ୍ତ୍ରୀଙ୍କ ସମେତ ୮ କ୍ୟାବିନେଟ ମନ୍ତ୍ରୀ ଓ ୫ ରାଷ୍ଟ୍ରମନ୍ତ୍ରୀଙ୍କ ମଧ୍ୟରେ ବିଭାଗ ବଣ୍ଟନ କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ହାତରେ ଗୃହ, ସାଧାରଣ ପ୍ରଶାସନ ଓ ଅଭିଯୋଗ, ସୂଚନା ଓ ଲୋକସମ୍ପର୍କ, ଜଳସମ୍ପଦ, ଯୋଜନା ଓ ସଂଯୋଜନ ବିଭାଗ ରହିଥିବା ବେଳେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ହାତରେ କୃଷି ଏବଂ କୃଷକ କଲ୍ୟାଣ ଏବଂ ଶକ୍ତି ବିଭାଗ ଓ ଅନ୍ୟ ଜଣେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ହାତରେ ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଏବଂ ପର୍ଯ୍ୟଟନ ବିଭାଗ ରହିଛି।

 

ସେହିପରି କ୍ୟାବିନେଟ୍‍ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ହାତରେ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ, ରବି ନାୟକଙ୍କ ହାତରେ ଗ୍ରାମ୍ୟ ଉନ୍ନୟନ ଏବଂ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ, ନିତ୍ୟାନନ୍ଦ ଗଣ୍ଡଙ୍କ ପାଖରେ ବିଦ୍ୟାଳୟ ଓ ଗଣଶିକ୍ଷା, SC/ST ଉନ୍ନୟନ, ସଂଖ୍ୟାଲଘୁ ବିଭାଗ, କୃଷ୍ଣଚନ୍ଦ୍ର ପାତ୍ରଙ୍କ ହାତରେ ଖାଦ୍ୟ ଯୋଗାଣ, ବିଜ୍ଞାନ ଓ ପ୍ରଯୁକ୍ତି ବିଭାଗ, ପୃଥ୍ୱୀରାଜ ହରିଚନ୍ଦନଙ୍କ ପାଖରେ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ, ମୁକେଶ ମହାଲିଙ୍ଗଙ୍କ ପାଖରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଓ ସଂସଦୀୟ ବ୍ୟାପାର ବିଭାଗ, ବିଭୂତି ଭୂଷଣ ଜେନାଙ୍କ ପାଖରେ ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି ବିଭାଗ, କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ହାତରେ ଗୃହ ଓ ନଗର ଉନ୍ନୟନ, ସାଧାରଣ ଉଦ୍ୟୋଗ ବିଭାଗ ରହିଛି।

 

ସେହିପରି ୫ ରାଷ୍ଟ୍ରମନ୍ତ୍ରୀଙ୍କ ମଧ୍ୟରୁ ଗଣେଶ ରାମ ସିଂ ଖୁଣ୍ଟିଆଙ୍କୁ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଓ ନିଯୁକ୍ତି ରାଜ୍ୟ ବୀମା ବିଭାଗ, ସୂର୍ଯ୍ୟବଂଶୀ ସୂରଜଙ୍କୁ ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବ ବ୍ୟାପାର, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ, ପ୍ରଦୀପ ବଳସମାନ୍ତଙ୍କୁ ସମବାୟ, ହସ୍ତତନ୍ତ୍ର, ବୟନଶିଳ୍ପ ଓ ହସ୍ତଶିଳ୍ପ ବିଭାଗ,  ଗୋକୁଳାନନ୍ଦ ମଲ୍ଲିକଙ୍କୁ ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ, ଅତିକ୍ଷୁଦ୍ର ଓ କ୍ଷୁଦ୍ୟ ଓ ମଧ୍ୟମ ଉଦ୍ଦ୍ୟୋଗ ବିଭାଗ ଓ ସମ୍ପଦ ସ୍ୱାଇଁଙ୍କ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ମିଳିଛି।

Leave A Reply

Your email address will not be published.