ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବଙ୍ଗୋପସାଗରେ ବାତ୍ୟା ସମ୍ଭାବନା, ୨୬ ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟା !

ଓଡ଼ିଶା ପାଇଁ ନାହିଁ ବିପଦ

ଭୁବନେଶ୍ବର: ବଙ୍ଗୋପସାଗରେ ବାତ୍ୟା ସମ୍ଭାବନା । ୨୫ ସକାଳ ସୁଦ୍ଧା ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା ରହିଛି। ୨୬ ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାର ରୂପ ନେଇପାରେ । ପରେ ବାଂଲାଦେଶ ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ପାଖାପାଖି ପହଞ୍ଚିବ । ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ସୁଦୃଶ ଲଘୁଚାପରେ ପରିଣତ ହେବ। କାଲି ସକାଳ ସୁଦ୍ଧା ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ଏହାରି ପ୍ରଭାବରେ ମୁଖ୍ୟତଃ ଉତ୍ତର ଉପକୂଳ ଓ ସଲଗ୍ନ ଜିଲ୍ଲା ମାନଙ୍କରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ମୟୁରଭଞ୍ଜ, ଯାଜପୁର,କଟକ, କେନ୍ଦୁଝର, ଢେଙ୍କାନାଳ, ଗଞ୍ଜାମ, ପୁରୀର ଅଧିକାଂଶ ଅଞ୍ଚଳରେ ସାମନ୍ୟରୁ ମଧ୍ୟମ ବର୍ଷା ସମ୍ଭାବନା ରହିଛି। ଏ ନେଇ ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ।

୨୬-୨୭ ତାରିଖ ମଧ୍ୟରେ ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡାର ଗୋଟିଏ  ଦୁଇଟି ଜାଗାରେ ଭାରି ବର୍ଷା ସମ୍ଭାବନା ରହିଛି। ବର୍ଷା ସମୟରେ ଘଣ୍ଟାପ୍ରତି ୫୦ରୁ ୬୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଥିବା ବେଳେ ଅଶାନ୍ତ ହେବ ସମୁଦ୍ର।  ମତ୍ସ୍ୟଜୀବୀଙ୍କୁ ସମୁଦ୍ର ନ ଯିବାକୁ ପରାମର୍ଶ ଦିଆଯାଇଛି।

 

Leave A Reply

Your email address will not be published.