ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

୨୪ ଘଣ୍ଟା ମଧ୍ଯରେ ରାଜ୍ଯରେ ୧୩ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ସାରା ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୧୩ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାର କରାଯାଇଛି। ଉକ୍ତ ୧୩ ଜିଲ୍ଲାଗୁଡିକ ହେଲା- ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ, ବୌଦ୍ଧ, ଅନୁଗୁଳ, କଟକ, ଢ଼େଙ୍କାନାଳ, ମୟୁରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଭଦ୍ରକ ଓ ଯାଜପୁର ପ୍ରଭୃତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଓଡିଶାର ଅନ୍ୟ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

Leave A Reply

Your email address will not be published.