ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ଯରେ ଆଗାମୀ ୫ ଦିନ ଯାଏ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ବର: ରାଜ୍ଯରେ ଆଗାମୀ ୫ଦିନ ପର୍ଯ୍ଯନ୍ତ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଓ ଅତିପ୍ରବଳ ବର୍ଷା ହେବାର ସମ୍ଭବନା ରହିଛି।। ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବିଭିନ୍ନ  ଜିଲ୍ଲାଗୁଡ଼ିକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଏହି ପରିପ୍ରେକ୍ଷୀରେ ୩ ତାରିଖ ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।  ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, ପୁରୀ, କେନ୍ଦ୍ରାପଡ଼ା, ଯାଜପୁର, ବାଲେଶ୍ବର, ଢେଙ୍କାନାଳ, ଅନୁଗୁଳ, ମୟୁରଭଞ୍ଜ ଓ କେନ୍ଦୁଝର ଜିଲ୍ଲାକୁ ପ୍ରବଳ ବର୍ଷା ନେଇ  ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

୪  ତାରିଖ ପାଇଁ ମଧ୍ୟ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ହେଲା- ଗଜପତି, ଗଞ୍ଜାମ, ନୟାଗଡ଼, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, ପୁରୀ, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ଯାଜପୁର, ବାଲେଶ୍ବର, ମୟୁରଭଞ୍ଜ, କେନ୍ଦୁଝର, ଦେବଗଡ଼ ଓ ସୁନ୍ଦରଗଡ଼ ।

୫  ତାରିଖ ପାଇଁ ମଧ୍ୟ  ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ହେଲେ ଉକ୍ତ ୧୭ ଜିଲ୍ଲା ମଧ୍ୟରୁ ୪ଜିଲ୍ଲା ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଓ ଗଜପତି  ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛ।

୬  ତାରିଖର ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ୧୧ ଜିଲ୍ଲାଗୁଡିକ ହେଲା- ମାଲକାନଗିରି, କୋରାପୁଟ, ନବରଙ୍ଗପୁର,  ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, ପୁରୀ, ଖୋର୍ଦ୍ଧା, ଜଗତସିଂହପରୁ ଓ କଟକ ।

ସେହିପରି, ୭ ତାରିଖ ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ।

Leave A Reply

Your email address will not be published.