ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପଞ୍ଚୁକ ପାଇଁ ପୁରୀରେ ପୁଲିସର ତ୍ରୀସ୍ତରୀୟ ସୁରକ୍ଷା ବ୍ୟବସ୍ଥା

ପୁରୀ: ରାତି ପାହିଲେ ଶ୍ରୀମନ୍ଦିରରେ ଆରମ୍ଭ ହେବ ପଞ୍ଚୁକ ନୀତି । ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ଜିଲ୍ଲା ଓ ପୁଲିସ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ମରିଚିକୋଟ ଛକ ଠାରୁ ଅସ୍ଥାୟୀ ବ୍ୟାରିକେଡ଼ର ବ୍ୟବସ୍ଥା ହୋଇଛି । ପୁଲିସ ପକ୍ଷରୁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିବାବେଳେ ଶ୍ରୀମନ୍ଦିର ଭିତର, ବଡଦାଣ୍ତ ଏବଂ ଟ୍ରାଫିକ ସୁପରିଚାଳନା ପାଇଁ କଡାକଡି ବ୍ୟବସ୍ଥା ଗ୍ରହଣ କରାଯାଇଛି ।

ସୁରକ୍ଷା ଦାୟିତ୍ୱରେ ଶ୍ରୀକ୍ଷେତ୍ରରେ ସମୁଦାୟ ୨୦ ପ୍ଲାଟୁନ ପୁଲିସ ଫୋର୍ସ ସହ ୩ଜଣ ଅତିରିକ୍ତ ଏସପି, ୧୦ ଡିଏସପି, ୩୦ ଇନ୍ସପେକ୍ଟର ସୁରକ୍ଷା ଦାୟିତ୍ବରେ ରହିବେ । ସେହିପରି ସମୁଦ୍ରକୂଳ ଅଞ୍ଚଳରେ ମଧ୍ୟ କଡା ପାଟ୍ରୋଲିଂ ସହ ସୁରକ୍ଷିତ ସମୁଦ୍ର ସ୍ନାନ ପାଇଁ ପର୍ଯ୍ଯାପ୍ତ ଲାଇଫ୍ ଗାର୍ଡ ଓ ପୁଲିସ ଫୋର୍ସ ମୁତୟନ କରାଯାଇଛି । ସେହିପରି ପୁରୀରେ ଗାଡ଼ି ମଟରର ବିଶେ, ଗହଳି ନହେବା ପାଇଁ ମଧ୍ୟ ସ୍ୱତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯାଇଛି ।

ଯେଉଁ ଭକ୍ତ ଓ ପର୍ଯ୍ଯଟକମାନେ ପୁରୀ ଆସିବେ ସେମାନେ ମାର୍କେଟ ଛକ ପାଖ ଜଗନ୍ନାଥ ବଲ୍ଲଭ ପାର୍କିଂ ଏବଂ ସମୁଦ୍ର କୂଳ ଅଞ୍ଚଳର ଦିଗବାରେଣି ସହ ଲାଇଟ୍ ହାଉସ ପାଖ ଯାତ୍ରିକା ଠାରେ ଗାଡି ପାର୍କିଂ କରିବା ବ୍ୟବସ୍ଥା କରାଯାଇଛି । ଯଦ୍ୱାରା ପୁରୀ ଭିତରେ ସୁରକ୍ଷା ବ୍ୟବସ୍ଥା ସଠିକ ଭାବେ ପରିଚାଳନା କରାଯାଇ ପାରିବ । ସୁରକ୍ଷା ବ୍ୟବସ୍ଥା ନେଇ ପୁରୀ ଏସପି କନୱାର ବିଶାଲ ସିଂ ସୂଚନା ଦେଇଛନ୍ତି ।

Leave A Reply

Your email address will not be published.