ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

କାଲି ଭୋଟ୍‌ ଦେବ ପଦ୍ମପୁର : ସକାଳ ୭ରୁ ଅପରାହ୍ନ ୪ଟା ଯାଏଁ ହେବ ମତଦାନ, ୧୪ କମ୍ପାନୀ ପୁଲିସ ଓ ୯ଟି କମ୍ପାନୀ CRPF ହେବେ ମୁତୟନ

ଭୁବନେଶ୍ବର : ଆସନ୍ତାକାଲି ପଦ୍ମପୁର ଉପନିର୍ବାଚନ ପାଇଁ ପଡିବ ଭୋଟ୍‌। ପଦ୍ମପୁର ଉପନିର୍ବାଚନ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ ଲୋହାନୀ ଏକ ସାମ୍ବାଦିକ ସମ୍ମିଳନୀରେ ବିସ୍ତୃତ ସୂଚନା ଦେଇଛନ୍ତି। ସେ କହିଛନ୍ତି, ପୋଲିଂ ପାର୍ଟି ବୁଥକୁ ଯାଇ ସାରିଛନ୍ତି। ୧୨୭୬ ପୋଲିଂ ଅଧକାରୀ ନିଯୁକ୍ତ ହୋଇଛନ୍ତି। ସାଇଲେନ୍ସ ପିରିୟଡରେ ଚେକିଂ କଡ଼ାକଡି କରିବାକୁ ଜିଲ୍ଲାପାଳ ଓ ଏସପି ଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତାକାଲି ସନ୍ଧ୍ୟା ସାଢେ଼ ୬ଟା ଯାଏ ଏକଜିଟ୍ ପୋଲ୍ ଉପରେ କଟକଣା ଲାଗିଛି। ମଦ ବିକ୍ରି ଉପରେ ବି କଟକଣା ଲାଗିଛି। ଇଭିଏମରେ ତ୍ରୁଟି ଥିଲେ, ନୂଆ ଇଭିଏମ ପାଇଁ ବ୍ୟବସ୍ଥା ଅଛି। ପଦ୍ମପୁରରେ ୩୧୯ଟି ବୁଥ ଅଛି। ୩୦୬ ବୁଥର ନାମ ପରିବର୍ତ୍ତନ କରାଯାଇଛି।୧୫ଟି ମଡେଲ ବୁଥ, ୬ପିଙ୍କ୍ ବୁଥର ବ୍ୟବସ୍ଥା ହୋଇଛି। ୭୯ ସମ୍ବେଦନଶୀଳ ବୁଥ ଉପରେ ନଜର ରଖାଯାଇଛି । ୧୨୦ ବୁଥରେ ଓ୍ୱେବକାଷ୍ଟିଂ, ୬୭ ବୁଥରେ ସିସିଟିଭିରେ ନଜର ରଖାଯିବ ।

୨ ଲକ୍ଷ ୫୭ ହଜାରରୁ ଅଧିକ ଭୋଟର ଆସନ୍ତାକାଲି ମତ ସାବ୍ୟସ୍ତ କରିବେ । ୧୨ଟି କାର୍ଡ ମଧ୍ୟରୁ ଯେକୌଣସି ଗୋଟିଏ ଦେଖାଇ ଭୋଟ ଦେଇପାରିବେ ମତଦାତା । ହେଲପ ଡେସ୍କରୁ ସାହାଯ୍ୟ ନେଇପାରିବେ । ଭିନ୍ନକ୍ଷମ ଭୋଟରଙ୍କ ମତଦାନ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଭୋଟ୍ ଦିନ ସଂପୃକ୍ତ ଅଞ୍ଚଳ ପାଇଁ ସରକାରୀ ଛୁଟି ଘୋଷଣା ହୋଇସାରିଛି । ସକାଳ ୭ରୁ ଅପରାହ୍ନ ୪ଟା ଯାଏଁ ମତଦାନ କରିପାରିବେ । ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ଏଥିପାଇଁ ୧୪୧୩ ଜଣ ପୁଲିସ କର୍ମଚାରୀ, ୯ କମ୍ପାନୀ ସିଆରପିଏଫ ନିୟୋଜିତ ହୋଇଛନ୍ତି ।

Leave A Reply

Your email address will not be published.