ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

କର୍ତ୍ତବ୍ୟ ପଥରେ ପ୍ରଥମ ଥର ପାଇଁ ପତାକା ଉତ୍ତୋଳନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ: ଆଜି ଭାରତ ପାଳନ କରୁଛି ୭୪ ତମ ସାଧାରଣତନ୍ତ୍ର ଦିବସ । ଏହି ଅବସରରେ ଦିଲ୍ଲୀର କର୍ତ୍ତବ୍ୟପଥରେ ସୃଷ୍ଟି ହୋଇଛି ନୂଆ ଇତିହାସ। ପ୍ରଥମ ଥର ଆଦିବାସୀ ମହିଳା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପତାକା ଉତ୍ତୋଳନ କରିଛନ୍ତି । ପରମ୍ପରା ଅନୁସାରେ, ଜାତୀୟ ପତାକା ଉତ୍ତୋଳନା ସହ ୨୧ ତୋପର ସଲାମୀ ଓ ଜାତୀୟ ସଙ୍ଗୀତ ଗାନ କରାଯାଇଥିଲା। ଏହାପରେ ଆରମ୍ଭ ହୋଇଥିଳା ପରେଡ। ପରେଡ୍‌ରେ ମୁଖ୍ୟ ଅତିଥି ଭାବେ ଇଜିପ୍ଟ ରାଷ୍ଟ୍ରପତି ଆବଦେଲ ଫତାହ ଅଲ୍‌ ସିସି। ଏଥିସହ ପରେଡ୍‌ରେ ଇଜିପ୍ଟ ସୈନ୍ୟବାହିନୀର ଏକ ଅଂଶ ମଧ୍ୟ ଭାଗ ନେଇଛି। ଏହି ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ମଧ୍ୟ ଯୋଗ ଦେଇଛନ୍ତି।

ପରେଡ୍‌ରେ ‘ନ୍ୟୁ ଇଣ୍ଡିଆର’ର ଝଲକ ଦେଖିବାକୁ ମିଳିଛି। ଦିଲ୍ଲୀ କର୍ତ୍ତବ୍ୟ ପଥରେ ପ୍ରଦର୍ଶିତ ହୋଇଛି ନାରୀ ଶକ୍ତି । ବିଏସଏଫ କଣ୍ଟିଜେଣ୍ଟରେ ସାମିଲ ହୋଇଛନ୍ତି ମହିଳା ଯବାନ। ନାଭାଲ କଣ୍ଟିଜେଣ୍ଟରକୁ ଲିଡ୍ ନେଇଛନ୍ତି ମହିଳା ଅଫିସର। ଆତ୍ମନିର୍ଭର ଭାରତକୁ ଫୋକସ କରାଯାଇଛି। ରାଜ୍ୟ ଗୁଡିକର ପ୍ରଜ୍ଞାପନ ମେଢରେ ସଂସ୍କୃତିର ବିବିଧତା ଦେଖିବାକୁ ମିଳିଛି।

ଆଜିର ଦିନରେ ଦେଶକୁ ମିଳିଥିଲା ବିଶ୍ୱ ସବୁଠାର ବଡ଼ ସମ୍ବିଧାନ । ବ୍ରିଟିଶ ସମ୍ବିଧାନିକ ବ୍ୟବସ୍ଥା ଅପସାରଣ ପରେ ୧୯୫୦ ଜାନୁଆରୀ ୨୬ ତାରିଖରେ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରାରେ ପରିଣତ ହୋଇଥିଲା ଭାରତ । ଏହା ସହିତ ଦେଶରେ ଆରମ୍ଭ ହୋଇଥିଲା ଲିଖିତ ସାମ୍ବିଧାନିକ ବ୍ୟବସ୍ଥା ।

Leave A Reply

Your email address will not be published.