ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଫେବ୍ରୁଆରୀ ୧୦ରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ବର : ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଗାମୀ ୧୦ ତାରିଖରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ମହାମହିମ। ଏହି ଗସ୍ତ କାଳରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରମାଦେବୀ ବିଶ୍ବବିଦ୍ୟାଳୟ ଏବଂ କଟକ ନ୍ୟାସନାଲ ରାଇସ୍ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ୍‌ (ICAR) ର କାର୍ଯ୍ୟକ୍ରମରେ ଯୋଗଦେବେ।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଫେବ୍ରୁଆରୀ ୧୦ ତାରିଖ ପୂର୍ବାହ୍ନ ୧୧ଟା ୪୫ ମିନିଟ ସମୟରେ ଏକ ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ବରରେ ପହଞ୍ଚିବେ। ବିମାନ ବନ୍ଦରରୁ ରାଷ୍ଟ୍ରପତି ରାଜଭବନ ଯାଇ ବିଶ୍ରାମ କରିବେ।  ଏହାପରେ ଅପରାହ୍ଣ ୪ଟା ୧୫ ମିନିଟ୍ ସମୟରେ ରମାଦେବୀ ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ରାଷ୍ଟ୍ରପତି। ଏନେଇ ରମାଦେବୀ ବିଶ୍ବବିଦ୍ୟାଳୟର କୁଳପତି ଅପରାଜିତା ଚୌଧୁରୀ ସୂଚନା ଦେଇଛନ୍ତି। ଗସ୍ତକାଳରେ ସେ ରାଜଭବନରେ ଅବସ୍ଥାନ କରିବେ।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୧୧ ତାରିଖ ସକାଳ ୯ଟା ୧୫ରେ ମହାପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିବେ। ଏହାପରେ କଟକ ନ୍ୟାସନାଲ ରାଇସ୍ ରିସର୍ଚ୍ଚ ଇନଷ୍ଟିଚ୍ୟୁଟର ଏକ କାର୍ଯ୍ୟକ୍ରମରେ ଯୋଗ ଦେବେ। ସେଠାରୁ ଫେରିବା ପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦିଲ୍ଲୀ ଫେରିଯିବେ।

Leave A Reply

Your email address will not be published.