ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଓଡ଼ିଆ ଡାକ୍ତର କଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ବାଇପାସ୍ ସର୍ଜରୀ

ନୂଆଦିଲ୍ଲୀ: ସଫଳ ହୋଇଛି ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ବାଇପାସ ସର୍ଜରୀ । ଦିଲ୍ଲୀ ଏମ୍ସରେ ହୋଇଥିଲା ରାଷ୍ଟ୍ରପତିଙ୍କ ଅସ୍ତ୍ରୋପଚାର । ତେବେ ଏହି ବାଇପାସ ସର୍ଜରୀ ସଫଳ ରହିଥିବା ନେଇ ସୂଚନା ଦେଇଛନ୍ତି ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ । ପ୍ରତିରକ୍ଷାମନ୍ତ୍ରୀ ଟ୍ବିଟ କରି ରାଷ୍ଟ୍ରପତିଙ୍କ ଅସ୍ତ୍ରୋପଚାର କରିଥିବା ଏମ୍ସର ଡାକ୍ତରୀ ଟିମକୁ ଶୁଭେଚ୍ଛା ଜଣାଇଛନ୍ତି । ତେବେ ଏନେଇ ଡାକ୍ତରଙ୍କ ସହ ଫୋନରେ କଥା ହୋଇଥିବା ବେଳେ ରାଷ୍ଟ୍ରପତିଙ୍କ ଶୀଘ୍ର ସୁସ୍ଥତା କାମନା କରିଛନ୍ତି ରାଜନାଥ ।


ଜଣେ ଓଡ଼ିଆ ଡାକ୍ତର ଅକ୍ଷୟ କୁମାର ବିଶୋୟୀ ରାଷ୍ଟ୍ରପତିଙ୍କ ବାଇପାସ୍‌ ସର୍ଜରୀ କରିଥିଲେ । ଗତ ୨୬ ତାରିଖରେ ରାଷ୍ଟ୍ରପତିଙ୍କ ଛାତିରେ ଯନ୍ତ୍ରଣା ଅନୁଭବ ହୋଇଥିଲା । ତାଙ୍କୁ ତୁରନ୍ତ ଦିଲ୍ଲୀ ସ୍ଥିତ ଆର୍ମି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।  ସେଠାରୁ ବାଇପାସ୍‌ ସର୍ଜରୀ ପାଇଁ ତାଙ୍କୁ ଏମ୍‌ସକୁ ସ୍ଥାନାନ୍ତର କରାଯାଇଥିଲା । ରୁଟିନ୍‌ ଚେକ୍‌ଅପ୍‌ ପରେ ରାମନାଥଙ୍କର ମଙ୍ଗଳବାର ସର୍ଜରୀ କରାଯାଇଥିଲା ।

Leave A Reply

Your email address will not be published.