ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଉରକେଲାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ରାଉରକେଲା: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓଡ଼ିଶା ଗସ୍ତରେ ଆସି ରବିବାର ରାଉରକେଲାରେ ପହଞ୍ଚିଛନ୍ତି। ରାଉରକେଲା ଏନଆଇଟିର ସମାବର୍ତ୍ତନ ଉତ୍ସବରେ ସେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଉଦବୋଧନ ଦେବେ।

ଭୁବନେଶ୍ଵର ବିମାନବନ୍ଦରରୁ ବାୟୁସେନାର ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ରାଷ୍ଟ୍ରପତି ରାଉରକେଲା ଅଭିମୁଖେ ବାହାରିଥିଲେ।
ରାଷ୍ଟ୍ରପତିଙ୍କ ସହିତ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଉପସ୍ଥିତ ରହିଛନ୍ତି। ସମାବର୍ତ୍ତନ ଉତ୍ସବରେ ଯୋଗଦେଇ ସାରିବା ପରେ ସେ ଭୁବନେଶ୍ଵର ଫେରି ରାଜଭବନରେ ରାତ୍ରିଯାପନ କରିବେ ରାଷ୍ଟ୍ରପତି।

ସୋମବାର ସକାଳେ ରାଷ୍ଟ୍ରପତି ପୁରୀ ଗସ୍ତରେ ଯାଇ ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ। ଏହାପରେ ପୂର୍ବାହ୍ନ ୧୦ଟା ୪୫ମିନିଟରୁ ୧୧ଟା ୧୫ମିନିଟ ପର୍ଯ୍ଯନ୍ତ  କୋଣାର୍କ ସୂର୍ଯ୍ଯମନ୍ଦିର ବୁଲି ଦେଖିବେ। ଅପରାହ୍ନ ୪ଟା ୪୫ମିନିଟରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚି ଦିଲ୍ଲୀ ଅଭିମୁଖେ ଫେରିଯିବାର କାର୍ଯ୍ଯକ୍ରମ ରହିଛି।

Leave A Reply

Your email address will not be published.