ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବିଦ୍ୟୁତ ସଂସ୍ପର୍ଶରେ ଆସି ଜଳିଗଲା ବରଯାତ୍ରୀ ବସ୍, ଅନେକଙ୍କ ମୃତ୍ୟୁ ଆଶଙ୍କା

ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ଗାଜିପୁରରେ ଅଭାବନୀୟ ଘଟଣା ଘଟିଛି। ୧୧ ହଜାର କେଭି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଚଳନ୍ତା ବସ୍‌ରେ ନିଆଁ ଲାଗିଯାଇଥିବା ଜଣାପଡ଼ିଛି। ବସ୍‌ରେ ୩୦ରୁ ଅଧିକ ଯାତ୍ରୀ ଥିଲେ। ତେବେ ଅନେକଙ୍କ ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଉଛି।

ସୂଚନା ଅନୁଯାୟୀ, ଗାଜିପୁରର ମରଦହ ଥାନା ଅଞ୍ଚଳ ସ୍ଥିତ ମହାହର ରୋଡ୍‌ରେ ଏହି ଦୁର୍ଘଟଣା ଘଟିଛି। ବସରେ ବରଯାତ୍ରୀ ଥିଲେ। ମଉର କୋପାରୁ ବରଯାତ୍ରୀ ନେଇ ବସ୍‌ଟି ମରଦହର ମହାହର ଧାମ ଯାଉଥିଲା। ଏହି ସମୟରେ ୧୧ ହଜାର କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ରାସ୍ତା ମଝିରେ ହିଁ ଜଳି ଯାଇଥିଲା। ନିଆଁ ଏତେ ଭୟଙ୍କର ଥିଲା ଯେ ସ୍ଥାନୀୟ ଲୋକେ ନିଆଁ ଲିଭାଇବା ପାଇଁ ମଧ୍ୟ ସାହାସ ଜୁଟାଇ ପାରିନଥିଲେ।

Leave A Reply

Your email address will not be published.