ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଏଣିକି ଶ୍ରୀମନ୍ଦିରକୁ ଗଲେ ପିନ୍ଧିବାକୁ ପଡିବ ଶାଳୀନତାପୂର୍ଣ୍ଣ ପୋଷାକ, ନହେଲେ ପ୍ରବେଶ ମନା

କାଲିଠୁ କରାଯିବ ଭକ୍ତଙ୍କୁ ସଚେତନ, ନୂଆବର୍ଷରୁ ଲାଗୁ ହେବ ନିୟମ

ପୁରୀ : ଏଣିକି ଶ୍ରୀମନ୍ଦିରକୁ ଯାଉଥିବା ଭକ୍ତଙ୍କୁ ପିନ୍ଧିବାକୁ ପଡିବ ଶାଳୀନତାପୂର୍ଣ୍ଣ ପୋଷାକ। ନହେଲେ ଭକ୍ତଙ୍କୁ ଶ୍ରୀମନ୍ଦିର ଭିତରେ ପ୍ରବେଶ ପାଇଁ ଅନୁମତି ଦିଆଯିବ ନାହିଁ। ଏଭଳି ଚେତାବନୀ ଦେଇଛି ଶ୍ରୀମନ୍ଦିର ପ୍ରଶାସନ। ଆସନ୍ତାକାଲିଠୁ ଭକ୍ତଙ୍କୁ ଏନେଇ ସଚେତନ କରାଯିବ। ଶାଳୀନତା ଭାବେ ପୋଷାକ ପିନ୍ଧି ଶ୍ରୀମନ୍ଦିର ଭିତରକୁ ଭକ୍ତମାନେ ଯିବେ। ଭକ୍ତଙ୍କୁ ସଚେତନ କରାଯିବା ପରେ ଆସନ୍ତା ଜାନୁଆରି ୧ ତାରିଖ ଠାରୁ କଡ଼ାକଡ଼ି ଭାବେ ଏହି ନିର୍ଦ୍ଦେଶ ଲାଗୁ ହେବ। ସିଂହଦ୍ଵାରରେ ଶ୍ରୀଜଗନ୍ନାଥ ମନ୍ଦିର ପୁଲିସ (ଜେଟିପି) ଓ ଶ୍ରୀମନ୍ଦିର ଭିତରେ ରହୁଥିବା ପ୍ରତିହାରୀ ସେବକ ଭକ୍ତଙ୍କ ପୋଷାକକୁ ତଦାରଖ କରିବେ ବୋଲି ଶ୍ରୀମନ୍ଦିର ପ୍ରଶାସନ କହିଛି।

ଶ୍ରୀମନ୍ଦିର ପ୍ରଶାସକ ପକ୍ଷରୁ କୁହାଯାଇଛି, ଶ୍ରୀମନ୍ଦିର ପ୍ରବେଶ ବେଳେ ଭକ୍ତମାନେ ଶାଳୀନତାପୂର୍ଣ୍ଣ ଡ୍ରେସ୍‌ ପିନ୍ଧିବେ।  କୌଣସି ଚରାଫଟା ଓ ହାପ୍‌ ପ୍ୟାଣ୍ଟ ପିନ୍ଧି ଯାଇପାରିବେ ନାହିଁ। ୧୨ ବର୍ଷରୁ କମ୍‌ ପିଲା ହାପ୍‌ ପ୍ୟାଣ୍ଟ ପିନ୍ଧି ପାରିବେ। ଯେଉଁମାନେ ଶାଳୀନତା ପୂର୍ଣ୍ଣ ଡ୍ରେସ୍‌ ପିନ୍ଧିନଥିବେ, ସେମାନଙ୍କୁ ମନ୍ଦିର ଭିତରକୁ ପ୍ରବେଶ କରିବାକୁ ଅନୁମତି ଦିଆଯିବ ନାହିଁ।

ଆଜି ଶ୍ରୀମନ୍ଦିର କାର୍ଯ୍ୟାଳୟରେ ନୀତି ସବକମିଟି ବୈଠକରେ ଗୁରୁତ୍ୱପୂର୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଆସନ୍ତା ୨୫ତାରିଖ ଠାରୁ ହେବାକୁ ଥିବା ରାଧା ଦାମୋଦର ବେଶ, କାର୍ତିକ ନୀତି ଓ ବ୍ରତକୁ ନେଇ ଚୂଡାନ୍ତ ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଛି। ଏଥିସହ କୁମାର ପୂର୍ଣ୍ଣମୀରେ ଚନ୍ଦ୍ର ଗ୍ରହଣ ପଡୁଥିବାରୁ ଗ୍ରହଣ ନୀତି ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଛି । ସେହିପରି ଶ୍ରୀମନ୍ଦିରକୁ ଆସୁଥିବା ଭକ୍ତ ଓ ଶ୍ରଦ୍ଧାଳୁ ମାନଙ୍କ ଶାଳୀନତାର ସହିତ ପୋଷାକ ପିନ୍ଧିବା ଉପରେ ଗୁରୁତ୍ୱାରୋପ ନେଇ ଆଲୋଚନା ହୋଇଥିଲା । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରାଥମିକ ଭାବେ ଭକ୍ତଙ୍କ ମଧ୍ୟରେ ଏନେଇ ସଚେତନତା ସୃଷ୍ଟି ନେଇ ନିଷ୍ପତି ନିଆଯାଇଥିବା ବେଳେ ଧାର୍ମିକ ମନୋଭାବ ଓ ଆଧ୍ୟାତ୍ମିକତା ଭାବନାକୁ ନେଇ ଭକ୍ତମାନେ ପୋଷାକ ପରିଧାନ ଦିଗରେ ଗୁରୁତ୍ୱ ଦିଆଯିବ। ଏନେଇ ଆଗାମୀ ପରିଚାଳନା କମିଟିରେ ବିଷଦ ଆଲୋଚନା କରାଯାଇ ସମସ୍ଥ ନିଷ୍ପତି ନିଆଯିବ ବୋଲି ବୈଠକରେ ଆଲୋଚନା କରାଯାଇଥିଲା।

Leave A Reply

Your email address will not be published.