ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଭକ୍ତଙ୍କ ଉପରେ ଲାଗିଲା କଟକଣା, ମେ ୧୫ ପର୍ଯ୍ଯନ୍ତ ବନ୍ଦ ରହିବ ଶ୍ରୀମନ୍ଦିର

ଭୁବନେଶ୍ବର: ରାଜ୍ଯରେ କରୋନା ସଂକ୍ରମଣ ମାମଲା ବଢ଼ିବାରେ ଲାଗିଛି। କରୋନା ମହାମାରୀ ପାଇଁ ଶ୍ରଦ୍ଧାଳୁଙ୍କ ଲାଗି ଜଗା ଦର୍ଶନ ବନ୍ଦ କରାଯାଇଛି। ମେ ୧୫ ତାରିଖ ପର୍ଯ୍ଯନ୍ତ ଶ୍ରୀମନ୍ଦିର ବନ୍ଦ ରହିବ ବୋଲି ନିଷ୍ପତ୍ତି ହୋଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଏ ନେଇ ଶୀମନ୍ଦିର ପ୍ରଶାସନ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

ସୂଚନା ଅନୁଯାୟୀ, ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଆଜି ଏକ ଭର୍ଚୁଆଲ ବୈଠକ ବସିଥିଲା। ଏହି ବୈଠକରେ କରୋନା ସଂକ୍ରମଣ ବଢୁଥିବାରୁ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ କରିବାକୁ ସେବାୟତମାନେ ପ୍ରସ୍ତାବ ଦେଇଥିଲେ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସହ ବୈଠକରେ ପ୍ରସ୍ତାବ ଦେଇଥିଲେ ଛତିଶା ନିଯୋଗର ସମସ୍ତ ସେବାୟତ । ବିନାଭକ୍ତରେ ମହାପ୍ରଭୁଙ୍କ ନୀତିକାନ୍ତି ପାଇଁ ସେବାୟତମାନେ ପ୍ରସ୍ତାବ ଦେଇଥିେ । ଗତବର୍ଷ ଭଳି ସେବାୟତଙ୍କୁ କୋଭିଡ୍ କ୍ଷତିପୂରଣ ପ୍ରଦାନ ପାଇଁ ମଧ୍ଯ ଦାବି କରାଯାଇଥିଲା।

Leave A Reply

Your email address will not be published.