ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପୁରୀକୁ ଟ୍ୟାପ୍‌ ଯୋଗେ ମିଳିଲା ବିଶୁଦ୍ଧ ପାନୀୟ ଜଳ

ପୁରୀ: ପ୍ରତ୍ୟେକ ପରିବାରକୁ ୨୪ ଘଣ୍ଟା ଟ୍ୟାପ୍‌ ଯୋଗେ ଉଚ୍ଚ ମାନର ବିଶୁଦ୍ଧ ପାନୀୟ ଜଳ ମିଳିବାରେ ଦେଶର ପ୍ରଥମ ସହର ହେଲା ପୁରୀ। ଆଜି ଏହି ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଯୋଜନା ପରେ ପୁରୀ ସହରରେ ବାର୍ଷିକ ୪୦୦ ମେଟ୍ରିକ ଟନ୍‌ର ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ହ୍ରାସ ହୋଇପାରିବ। ରାଜ୍ୟ ସରକାରଙ୍କ ୫-T ଯୋଜନା ଅଧୀନରେ ୧୬ଟି ସହରର ୪୦ ଲକ୍ଷ ବାସିନ୍ଦାଙ୍କ ପାଇଁ ଡ୍ରିଙ୍କ ଫ୍ରମ ଟ୍ୟାପ୍‌ ଯୋଜନାର କାର୍ଯ୍ୟାରମ୍ଭ ହେଉଛି। ଏହି ଅବସରରେ ଶୃଙ୍ଖଳିତ ରଥଯାତ୍ରା ପାଇଁ ପୁରୀବାସୀଙ୍କୁ ଧନ୍ୟବାଦ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, କେବଳ ପୁରୀ ନୁହେଁ, ଓଡ଼ିଶା ବିକାଶରେ ନୂଆ ଅଧ୍ୟାୟ ସୃଷ୍ଟି ହୋଇଛି। ଏବେ ପୁରୀ ସହରର ସମସ୍ତଙ୍କୁ ମିଳିବ ସ୍ୱଚ୍ଛ ପିଇବା ପାଣି। ପୁରୀବାସୀଙ୍କୁ ଘରେ ଏବେ ଫିଲଟର ରଖିବା ଦରକାର ନାହିଁ, ଟ୍ୟାପରୁ ମିଳିବ ସ୍ୱଚ୍ଛ ପାଣି। ସାରା ଦେଶରେ ଏହି ଯୋଜନା ପ୍ରଥମ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ଲଣ୍ଡନ, ଲସ୍‌ ଏଞ୍ଜେଲସ୍‌ ଓ ସିଙ୍ଗାପୁର ଭଳି ସହରାଞ୍ଚଳରେ ସାମିଲ ହେଲା ପୁରୀ। ଏହି ଯୋଜନା ପରେ ଏବେ ପୁରୀରେ ପର୍ଯ୍ୟଟକ ଆଉ ପାଣି ବୋତଲ ଧରି ବୁଲିବେ ନାହିଁ। ସହରର ପ୍ରତି ସ୍ଥାନରେ ପାଣି ଟ୍ୟାପର ବ୍ୟବସ୍ଥା କରାଯାଇଛି।

ଏହି ଅବସରରେ ମିଶନ ଶକ୍ତିର ମା’ମାନଙ୍କୁ ଶୁଭେଚ୍ଛା ଜଣାଇଥିଲେ ମୁଖ୍ୟମନ୍ତ୍ରୀ। ପ୍ରଥମେ ଜୟ ଜଗନ୍ନାଥ କହି ଉଦବୋଧନ ଆରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ। ମିଶନ ଶକ୍ତିର ମା’ମାନେ ଜଳସାଥୀ ହୋଇଛନ୍ତି। ମହାପ୍ରଭୁଙ୍କ ଆଶୀର୍ବାଦରୁ ଶ୍ରୀକ୍ଷେତ୍ର ଯୋଜନା ଆଗେଇ ଚାଲିଛି। କାର୍ଯ୍ୟକ୍ରମରେ ପ୍ରାରମ୍ଭିକ ସୂଚନା ଦେଇଥିଲେ ୫-T ସଚିବ ଭିକେ ପାଣ୍ଡିଆନ। ବିସ୍ତୃତ ବିବରଣୀ ରଖିଥିଲେ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା। ପୁରୀକୁ ବିଶ୍ୱସ୍ତରୀୟ ସହର କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଖିଥିବା ସ୍ୱପ୍ନକୁ ସାକାର କରିବା ଦିଗରେ ଡ୍ରିଙ୍କ ଫ୍ରମ ଟ୍ୟାପ୍‌ ମିଶନ ଏକ ଯୁଗାନ୍ତକାରୀ ପ୍ରକଳ୍ପ।

ଏହି ଯୁଗାନ୍ତକାରୀ ପଦକ୍ଷେପ ଫଳରେ ପୁରୀ ସହରର ଅଢେଇ ଲକ୍ଷ ବାସିନ୍ଦା ୨୪ ଘଣ୍ଟା ଟ୍ୟାପ୍‌ ଯୋଗେ ବିଶୁଦ୍ଧ ପାନୀୟ ଜଳ ପାଇବେ। ଏହି ଯୋଜନାରେ ଭାରତର ଆଧ୍ୟାତ୍ମିକ ରାଜଧାନୀକୁ ଆସୁଥିବା ବାର୍ଷିକ ୨ କୋଟି ପର୍ଯ୍ୟଟକ ମଧ୍ୟ ଉପକୃତ ହେବେ।

Leave A Reply

Your email address will not be published.