ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବ୍ରଜରାଜନଗର ଉପନିର୍ବାଚନ ପାଇଁ ରାଧାରାଣୀ ପଣ୍ଡାଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କଲା ବିଜେପି

ବ୍ରଜରାଜନଗର: ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଧାୟକ ପ୍ରାର୍ଥୀ ଘୋଷଣା କରିଛି ଭାରତୀୟ ଜନତା ପାର୍ଟି । ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡାଙ୍କୁ ଦଳ ଏଠାରୁ ପ୍ରାର୍ଥୀ କରିଛି । ରାଧାରାଣୀ ପଣ୍ଡାଙ୍କ ନାଁରେ ମୋହର ମାରିଛି ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି । ବ୍ରଜରାଜନଗରର ପୂର୍ବତନ ବିଧାୟିକା ଥିଲେ ରାଧାରାଣୀ ପଣ୍ଡା । ତେବେ ଗତ ୨୦୧୯ ନିର୍ବାଚନରେ ରାଧାରାଣୀ ପରାଜିତ ହୋଇଥିଲା । ବିଜେଡି ଏଠାରେ ବିଜୟୀ ବାନା ଉଡାଇଥିଲା ।

ସେପଟେ କଂଗ୍ରେସ ପ୍ରାର୍ଥୀ ଚୟନ ରେସରେ ଆଗରେ ଅଛନ୍ତି ଦଳର ବରିଷ୍ଠ ନେତା କିଶୋର ପଟେଲ। ତାଙ୍କୁ ପ୍ରାର୍ଥୀ ପାଇଁ ଦଳ ଚୂଡ଼ାନ୍ତ କରିଥିବା କଂଗ୍ରେସ ବିଧାୟକ ସନ୍ତୋଷ ସିଂହ ସାଲୁଜା କହିଛନ୍ତି । ଅନ୍ୟପଟେ ବ୍ରଜରାଜନଗର ଉପନିର୍ବାଚନରେ ବିଜେଡିର କିଏ ପ୍ରାର୍ଥୀ ହେବେ ସେନେଇ ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେବେ ।

Leave A Reply

Your email address will not be published.