ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାହୁଲଙ୍କୁ ଜେରା କରୁଛି ଇଡି, ରାସ୍ତାରେ ପ୍ଲା କାର୍ଡ ଧରି କର୍ମୀଙ୍କ ବିକ୍ଷୋଭ

ନୂଆଦିଲ୍ଲୀ: ନ୍ୟାଶନାଲ ହେରାଲ୍ଡ ଅର୍ଥ ହେରଫେର ମାମଲାରେ ପ୍ରଦର୍ଶନ ନିର୍ଦ୍ଦେଶାଳୟ (ED)ରେ ହାଜର ହୋଇଛନ୍ତି ରାହୁଲ ଗାନ୍ଧୀ । ପ୍ରିୟଙ୍କା ଗାନ୍ଧୀ ଭଦ୍ରା, ଅନ୍ୟାନ୍ୟ ନେତା ଓ କର୍ମୀଙ୍କ ସହ ଇଡି କାର୍ୟ୍ୟାଳୟରେ ପହଞ୍ଚିଛନ୍ତି ରାହୁଲ । ରାହୁଲଙ୍କୁ ପଚରା ଉଚୁରା ଆରମ୍ଭ କରିଛି ଇଡି । ଯାଞ୍ଚ ଏଜେନ୍ସୀର ୩ ଅଧିକାରୀ ରାହୁଲଙ୍କୁ ଜେରା କରୁଛନ୍ତି । ଏହି ସମସ୍ତ ପ୍ରକ୍ରିୟା ଡେପୁଟି ନିର୍ଦ୍ଦେଶକ ପାହ୍ୟା ଅଫିସରଙ୍କ ତତ୍ତ୍ବାବଧାନରେ ଚାଲିଛି । ଯାହା ବିରୁଦ୍ଧରେ ସମଗ୍ର ଦେଶରେ ପାର୍ଟି ଅଫିସରେ ବିରୋଧ କରୁଛି କଂଗ୍ରେସ । ଶାସକ ବିଜେପି ବିରୁଦ୍ଧରେ ପ୍ରତିଶୋଧ ରାଜନୀତି କରୁଛି। ଇଡିର ଅପବ୍ୟବହାର କରି କେନ୍ଦ୍ର ସରକାର ଦଳକୁ ଟାର୍ଗେଟ କରୁଛନ୍ତି । କିନ୍ତୁ ଦଳ ପଛକୁ ହଟିବ ନାହିଁ ବରଂ ଏହା ବିରୁଦ୍ଧରେ ସତ୍ୟାଗ୍ରହ କରିବ ବୋଲି କହିଛି କଂଗ୍ରେସ । ଆଜି ଦଳର ବରିଷ୍ଠ ନେତା ଓ ସାଂସଦଙ୍କ ସହ ମାର୍ଚ୍ଚ କରି ରାହୁଲ ଇଡି ମୁଖ୍ୟାଳୟରେ ପହଞ୍ଚିବା ପାଇଁ ନିଷ୍ପତ୍ତି ନେଇଥିଲା କଂଗ୍ରେସ । କିନ୍ତୁ ଏଥିପାଇଁ ଅନୁମତି ଦେଇନଥିଲା ଦିଲ୍ଲୀ ପୁଲିସ ।


ଫଳରେ ରାହୁଲ କାର୍ଯ୍ଯର୍ତ୍ତାଙ୍କ ସହ ପାର୍ଟି ଅଫିସରୁ ପାଦରେ ମାର୍ଚ୍ଚ କରି ଇଡି ଅଫିସ ଯିବା ସମୟରେ ତାଙ୍କୁ ରାସ୍ତାରେ ଅଟକାଇଥିଲା ପୁଲିସ । ସେପଟେ ଇଡି ଅଫିସ ସାମନାରେ ପହଞ୍ଚି ବିରୋଧ କରିଥିଲେ ଦଳୀୟ କର୍ମୀ । ସେଣ୍ଟ୍ରାଲ ଦିଲ୍ଲୀରେ ପ୍ରଦର୍ଶନ କରୁଥିବା କର୍ମୀଙ୍କୁ ଉଠାଇ ନେଇଛି ପୁଲିସ । କଂଗ୍ରେସ ନେତା ଅଧିର ରଞ୍ଜନ ଚୌଧୁରୀ, କେସି ବେଣୁଗେପାଳ, ଦୀପେନ୍ଦ୍ର ଏସ ହୁଡ୍ଡା ଓ ଅଶୋକ ଗେହଲଟଙ୍କୁ ପୁଲିସ ଉଠାଇ ନେଇଛି । ରାହୁଲଙ୍କୁ ଇଡିର ସମନକୁ ବିରୋଧ କରି ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ, ମଧ୍ୟ ପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗବିଜୟ ସିଂ, ବରିଷ୍ଠ ନେତା ରଣଦୀପ ସୁରଜେୱାଲା ବିଜେପିକୁ ଟାର୍ଗେଟ କରିଛନ୍ତି ।

Leave A Reply

Your email address will not be published.