ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପଶ୍ଚିମା ଝଡ଼ ପ୍ରଭାବରେ ପୁଣି ବର୍ଷା

ଭୁବନେଶ୍ୱର: ଆସୁଛି ଆଉ ଏକ ପଶ୍ଚିମାଝଡ଼ । ଆଗାମୀ ୪ ଦିନ ପର୍ଯ୍ୟନ୍ତ ସାରା ରାଜ୍ୟରେ ବର୍ଷା ସମ୍ଭାବନା । ବିଜୁଳି ଘଡ଼ଘଡ଼ି ସହ ବର୍ଷା ଏବଂ ଝଡ଼ ପବନ ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତାକାଲିଠୁ ଓଡ଼ିଶାରେ ପଶ୍ଚିମାଝଡ଼ର ପ୍ରଭାବ ଦେଖିବାକୁ ମିଳିବ । କାଲି ଦକ୍ଷିଣ ଓ ଉପକୂଳ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରଭାବ ପଡ଼ିବ । ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ନୟାଗଡ଼, ପୁରୀ ସମେତ ପାର୍ଶ୍ବବର୍ତୀ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ । ଏହି ସମୟରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବ ।

ତେବେ ୨୭ ତାରିଖରୁ ବଢ଼ିବ ବର୍ଷାର ବିସ୍ତୃତି ଓ ପରିମାଣ । ୨୭ରେ ଉପକୂଳ ଓଡ଼ିଶାର ୧୧ଟି ଜିଲ୍ଲାକୁ ଜାରି ହୋଇଛି ୟେଲୋ ଆଲର୍ଟ । ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, ସୁନ୍ଦରଗଡ଼ ଓ କେନ୍ଦୁଝରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହା ସହିତ ସଲଗ୍ନ ଜିଲ୍ଲା ଗୁଡ଼ିକର ମଧ୍ୟ ବର୍ଷା ହେବା ନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ପୂର୍ବର ପଶ୍ଚିମାଝଡ଼ ଅପେକ୍ଷା ଏହାର ପ୍ରଭାବ କମ୍ ରହିବ । ଏପଟେ ଟ୍ରପଲାଇନ ପ୍ରଭାବରେ ଉପକୂଳ ଓଡ଼ିଶାରେ କାଳବୈଶାଖି ବର୍ଷା ଜାରି ରହିଛି । ଟୁଇନ ସିଟିରେ ଆକାଶ ମେଘୁଆ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି ।

Leave A Reply

Your email address will not be published.