ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ଯରେ ଆଗାମୀ ୫ ଦିନ ଯାଏ ବିଭିନ୍ନ ଜିଲ୍ଲାରେ ବର୍ଷା ଓ ବଜ୍ରପାତ ସମ୍ଭାବନା

ଭୁବନେଶ୍ବର: ରାଜ୍ଯରେ ଆଗାମୀ ୫ ଦିନ ପର୍ଯ୍ଯନ୍ତ ବିଭିନ୍ନ ଜିଲ୍ଲାରେ ବର୍ଷା  ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବିଭିନ୍ନ  ଜିଲ୍ଲାଗୁଡ଼ିକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଏହି ପରିପ୍ରେକ୍ଷୀରେ ୭ ତାରିଖ ପାଇଁ ୪ ଜିଲ୍ଲା କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତିକୁ ବର୍ଷା ଓ ବଜ୍ରପାତ ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ମାଲକାନଗିରି, କଳାହାଣ୍ଡି , ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ନୟାଗଡ଼, ଅନୁଗୁଳ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ବର, ମୟୁରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାକୁ କେବଳ ବଜ୍ରପାତ ପାଇଁ  ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ।

୮ ତାରିଖ ପାଇଁ ୫ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଉକ୍ତ ୫ ଜିଲ୍ଲାଗୁଡି ହେଲା-  କୋରାପୁଟ, ଗଜପତି,ରାୟଗଡ଼ା, ଗଞ୍ଜାମ ଓ କନ୍ଧମାଳ।

୯ ତାରିଖରେ ୫ ଜିଲ୍ଲାରେ ପ୍ରବଳୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବ ବେଳେ ୮ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ଅତିପ୍ରବଳ ବର୍ଷା ସମ୍ଭାବନାଥିବା ୫ ଜିଲ୍ଲାଗୁଡିକ ହେଲା ରାୟଗଡ଼ା, କୋରାପୁଟ, ଗଜପତି, ଗଞ୍ଜାମ ଓ ପୁରୀ ।

୧୦ ତାରିଖରେ ୮ ଜିଲ୍ଲାକୁ ପ୍ରବଳୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବ ବେଳେ ୧୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ପ୍ରବଳୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବା ୮ ଜିଲ୍ଲାଗୁଡିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ ଓ କଳାହାଣ୍ଡି ।

ସେହିପରି ୧୧ ତାରିଖ ପାଇଁ ୪ ଜିଲ୍ଲାକୁ ପ୍ରବଳୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବ ବେଳେ ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ପ୍ରବଳୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବା ୪ ଜିଲ୍ଲା ହେଲା ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର ଓ ନୂଆପଡ଼ା।

Leave A Reply

Your email address will not be published.