ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବର୍ଷା-ବଜ୍ରପାତ ନେଇ ଆଗାମୀ ୩ ଘଣ୍ଟା ପାଇଁ ବିଭିନ୍ନ ଜିଲ୍ଲାକୁ ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି

due to rain and thunder

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ  ଆଲର୍ଟ ଜାରି କରାଯାଇଥିବା ଜିଲ୍ଲାଗୁଡିକ ହେଲା- ମାଲକାନାଗିରି, କୋରାପୁଟ, ରାୟଗଡ଼ା, ବଲାଙ୍ଗୀର, କନ୍ଧମାଳ, ସୋନପୁର, ଦେବଗଡ଼ ଓ ସୁନ୍ଦରଗଡ଼।

ସେହିପରି  ଅନୁଗୁଳ ଓ ବୌଦ୍ଧ, ଭଦ୍ରକ, ବରଗଡ଼, ବାଲେଶ୍ବର, କଟକ, ଢେଙ୍କାନାଳ, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ଯାଜପୁର, ଜଗତସିଂହପୁର, ଖୋର୍ଦ୍ଧା, କେନ୍ଦୁଝର, କଳାହାଣ୍ଡି, କେନ୍ଦ୍ରାପଡ଼ା, ମୟୁରଭଞ୍ଜ, ନବରଙ୍ଗପୁର, ନୂଆପଡ଼ା, ନୟାଗଡ଼, ପୁରୀ ଓ ସମ୍ବଲପୁର ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

Leave A Reply

Your email address will not be published.