ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପବିତ୍ର ଘୋଷଯାତ୍ରା ଅବସରରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଆଜି ପବିତ୍ର ଘୋଷଯାତ୍ରା । ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର । ୨ ବର୍ଷ ପରେ ଭକ୍ତଙ୍କ ଗହଣ ମଧ୍ୟକୁ ଓହ୍ଲାଇଛନ୍ତି ଭଗବାନ । ବଡ଼ ଦାଣ୍ଡରେ ଭକ୍ତ ଓ ଭଗବାନଙ୍କ ମିଳନ ହୋଇଛି । ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ବଡ଼ଦାଣ୍ଡରେ ଝୁଲି ଝୁଲି ରଥ ଉପରକୁ ଆସିଛନ୍ତି ଚତୁର୍ଦ୍ଧାମୂର୍ତ୍ତି।

ତେବେ ଆଜିର ଏହି ଶୁଭ ଅବସରରେ ସମଗ୍ର ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ବହୁ ବିଶିଷ୍ଟ ଓ ମାନ୍ୟଗଣ୍ୟ ବ୍ୟକ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ , କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ରଥଯାତ୍ରା ଅବସରରେ ଶୁଭେଚ୍ଛା ଜଣାଇ ଟ୍ବିଟ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ପ୍ରଭୁ ଜଗନ୍ନାଥଙ୍କୁ ପ୍ରାର୍ଥନା କରୁଛୁ ସମସ୍ତଙ୍କୁ ଉତ୍ତମ ସ୍ୱାସ୍ଥ୍ୟ ଏବଂ ସୁଖରେ ଆଶୀର୍ବାଦ ପ୍ରାପ୍ତ ହେଉ । ରଥଯାତ୍ରା ଆମ ସଂସ୍କୃତିରେ ଏକ ଗୁରୁତ୍ବବହନ କରିଛି । ମନ କି ବାତରେ ରଥଯାତ୍ରାର ମହତ୍ତ୍ବ ବାଣ୍ଟିଥିବା ଭିଡିଓକୁ ସେୟାର କରିଛନ୍ତି ପ୍ରଧାନମନ୍ତ୍ରୀ ।


ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅବସରରେ ମହାମହିମ ରାଜ୍ୟପାଳ ଶୁଭେଚ୍ଛା ଜଣାଇଛନ୍ତି । ବିଶ୍ୱର କୋଣ ଅନୁକୋଣରେ ଥିବା ଶ୍ରୀଜଗନ୍ନାଥ ପ୍ରେମୀଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଇଛନ୍ତି । ରାଜ୍ୟପାଳ କହିଛନ୍ତି ମହାପ୍ରଭୁଙ୍କ ଅପାର କୃପା ସମସ୍ତଙ୍କ ଉପରେ ଅତୁଟ ରହୁ । ଏହାହିଁ ମୋର ବିଶ୍ୱନିୟନ୍ତାଙ୍କ ନିକଟରେ କାମନା ।


ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରଥଯାତ୍ରା ଶୁଭେଚ୍ଛା ଜଣାଇଛନ୍ତି । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପବିତ୍ର ରଥଯାତ୍ରା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଉଛି । ଚତୁର୍ଦ୍ଧାମୂର୍ତ୍ତିଙ୍କ ଆଶୀର୍ବାଦରୁ ପ୍ରତ୍ୟେକଟି ଜୀବନ ମଙ୍ଗଳମୟ ହେଉ ଏହାହିଁ ମୋର ଭଗବାନଙ୍କ ନିକଟରେ ପ୍ରାର୍ଥନା ।ଦୀର୍ଘ ୨ ବର୍ଷ ପରେ ମହାପ୍ରଭୁ ଆଜି ଭକ୍ତମାନଙ୍କ ଗହଣରେ ଗୁଣ୍ଡିଚା ଯାତ୍ରା ଆରମ୍ଭ ହୋଇଛି । ମାସ୍କ ପିନ୍ଧି ଶାନ୍ତି ଶୃଙ୍ଖଳାର ସହ ରଥଯାତ୍ରା ଭାଗ ନେଇ ମହାବାହୁଙ୍କ ଆର୍ଶୀବାଦ ଲାଭ କରିବାକୁ କହିଛନ୍ତି ମୁଖମନ୍ତ୍ରୀ ନବୀନ ପଟ୍ଟନାୟକ ।


ପବିତ୍ର ଘୋଷଯାତ୍ରା ଅବସରରେ ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ହେଉଛି ଓଡ଼ିଆଙ୍କ ଭାବାବେଗର ମହାନ ପର୍ବ । ଏହି ଘୋଷଯାତ୍ରାର ଶୁଭ ଅବସରରେ ବଡ଼ ଠାକୁରଙ୍କୁ ମୋର କୋଟି କୋଟି ପ୍ରଣାମ । ଶ୍ରୀଜୀଉଙ୍କର ଶୁଭ ଦୃଷ୍ଟି ସମସ୍ତଙ୍କ ଉପରେ ସଦାସର୍ବଦା ରହିଥାଉ ଏହା ହିଁ କାମନା ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ।


କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଓ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ମଧ୍ୟ ପବିତ୍ର ଘୋଷଯାତ୍ରାର ଶୁଭେଚ୍ଛା ଜଣାଇଛନ୍ତି । ଆସ୍ଥା ଓ ଭକ୍ତିର ସ୍ୱତନ୍ତ୍ର ସଙ୍ଗମ ଶ୍ରୀଜଗନ୍ନାଥ ରଥଯାତ୍ରାର ପବିତ୍ର ଅବସରରେ ସମସ୍ତ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭକାମନା । ମହାପ୍ରଭୁ ଜଗନ୍ନାଥଙ୍କ ପାଖେ ସମସ୍ତଙ୍କ ସୁଖ, ଆରୋଗ୍ୟ ଏବଂ ସମୃଦ୍ଧି ପାଇଁ ପ୍ରାର୍ଥନା କରିଛନ୍ତି ଗୃହମନ୍ତ୍ରୀ ।

Leave A Reply

Your email address will not be published.