ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଯୁବତୀଙ୍କ ମୃତହେଦ ଉଦ୍ଧାର, ହତ୍ୟା ସନ୍ଦେହ

ନୟାଗଡ଼ : ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ଥାନା ଅନ୍ତର୍ଗତ ଅକୁରାବନ୍ଧ ସର ଶେଷ ମୁଣ୍ଡରେ ଜଣେ ଯୁବତୀଙ୍କ ମୃତଦେହ ଆଜି ଉଦ୍ଧାର କରାଯାଇଛି । ଯୁବତୀ ଜଣଙ୍କ ବାଣପୁର ନିକଟସ୍ଥ କୁମୁଟି ଗ୍ରାମର ବ୍ରଜବନ୍ଧୁ ନାୟକଙ୍କ ଝିଅ ରୁବି ନାୟକ । ସେ ଏକ ଫାଇନାନ୍ସ କମ୍ପାନୀରେ କାମ କରୁଥିଲେ । ଆଜି ସକାଳୁ ତାଙ୍କର ମୃତଦେହ ସନ୍ଦେହ ଜନକ ଅବସ୍ଥାରେ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ । ଏନେଇ ପୁଲିସ ଖବର ପାଇବା ପରେ ଘଟଣାସ୍ଥଳରେ ପହଞ୍ଚି ଛାନଭିନ୍ ଚଳାଇଛି । ଯୁବତୀଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି ।

Leave A Reply

Your email address will not be published.