ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଘରବାରି ପଟ୍ଟା କରାଇଦେବାକୁ ଟଙ୍କା ସହ ବାଦାମ ଓ ମୁଗ ନେଉଥିଲେ ଲାଞ୍ଚ, ମାଡିବସିଲା ଭିଜିଲାନ୍ସ

ବ୍ରହ୍ମପୁର : ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ। ଗଞ୍ଜାମ ଜିଲ୍ଲା କୋଦଳା ତହସିଲରେ କାର୍ଯ୍ୟରତ ରାଜସ୍ବ ସହାୟକ ସଞ୍ଜୟ କୁମାର ସେଠୀ ଭିଜିଲାନ୍ସ ଜାଲରେ ପଡିଛନ୍ତି।  କୋଦଳା ତହସିଲ ଅନ୍ତର୍ଗତ ବି ନୂଆ ଗାଁର ଦଣ୍ଡପାଣି ସାହୁ ନାମକ ଜଣେ ବ୍ୟକ୍ତିଙ୍କ ଠାରୁ ଘରବାରି ପଟ୍ଟା କରାଇଦେବା ନାମରେ ୬ ହଜାର ଟଙ୍କା ନେଉଥିବା ବେଳେ ବ୍ରହ୍ମପୁର ଭିଜିଲାନ୍ସ ଟିମ୍ ତାଙ୍କୁ ମାଡି ବସିଛି।

ପୂର୍ବରୁ ଏନେଇ ଭିଜିଲାନ୍ସ ନିକଟରେ ଦଣ୍ଡପାଣି ଅଭିଯୋଗ କରିବା ପରେ ଯୋଜନା ମୁତାବକ ସଞ୍ଜୟଙ୍କୁ କୋଦଳା କକା ହୋଟେଲ୍ ଠାରେ ଟଙ୍କା ଦେବାକୁ ଡାକିଥିଲେ ଅଭିଯୋଗକାରୀ ଦଣ୍ଡପାଣି। ୬ ହଜାର ଟଙ୍କା ସହ ବାଦାମ୍ ଓ ମୁଗ ନେଉଥିବା ବେଳେ ଭିଜିଲାନ୍ସ ଧରିଥିଲା। ଏହାପରେ ସଞ୍ଜୟଙ୍କୁ ତହସିଲ କାର୍ଯ୍ଯାଳୟକୁ ଆଣି ତନାଘନା କରିବା ପରେ ବ୍ରହ୍ମପୁର ଭିଜିଲାନ୍ସ କାର୍ଯ୍ୟାଳୟକୁ ନିଆଯାଇଛି।

Leave A Reply

Your email address will not be published.