ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରିଲାଏନ୍ସ ପକ୍ଷରୁ ‘ଗ୍ରାଜୁଏଟ୍ ଇଞ୍ଜିନିୟର୍ ଟ୍ରେନି’ କାର୍ଯ୍ୟକ୍ରମ ଆରମ୍ଭ, ନିଯୁକ୍ତି ପାଇଁ ଚାଲିଛି ଆବେଦନ….

ଭୁବନେଶ୍ୱର: ଭାରତର ବୃହତ୍ତମ କମ୍ପାନୀ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ ‘ଗ୍ରାଜୁଏଟ୍ ଇଞ୍ଜିନିୟର୍ ଟ୍ରେନି’ କାର୍ଯ୍ୟକ୍ରମ ଆରମ୍ଭ କରିଛି । ପେଟ୍ରୋକେମିକାଲ୍ସ ଠାରୁ ଆରମ୍ଭ କରି ନୂତନ ଶକ୍ତି ପର୍ଯ୍ୟନ୍ତ ସମସ୍ତ ବିଭାଗରେ ସ୍ନାତକ ଇଞ୍ଜିନିୟର ନିଯୁକ୍ତି କରିବାକୁ ଏହା ଲକ୍ଷ୍ୟ ରଖିଛି ।

କମ୍ପାନୀର ୱେବସାଇଟରେ ଉପଲବ୍ଧ ସୂଚନା ଅନୁଯାୟୀ, ଗ୍ରାଜୁଏଟ୍ ଇଞ୍ଜିନିୟର୍ ଟ୍ରେନି (ଜିଇଟି) ୨୦୨୪ କାର୍ଯ୍ୟକ୍ରମ ନାମରେ ରିଲାଏନ୍ସ ଭାରତର ବିଭିନ୍ନ ସ୍ଥାନରୁ ଯୁବ ଇଞ୍ଜିନିୟରମାନଙ୍କ ପାଇଁ ପ୍ରବେଶ ସ୍ତରରେ ନିଯୁକ୍ତି ଅଭିଯାନ ଆରମ୍ଭ କରିଛି । ଏହାର ଉଦ୍ଦେଶ୍ୟ ହେଉଛି ବ୍ୟବସାୟ କ୍ଷେତ୍ରରେ ପ୍ରମୁଖ ବୈଷୟିକ ଭୂମିକାରେ ଯୁବ ତଥା ଉଚ୍ଚ କ୍ଷମତା ସମ୍ପନ୍ନ ଇଞ୍ଜିନିୟରିଂ ପ୍ରତିଭା ନିଯୁକ୍ତ କରିବା ।

ଏହି ବର୍ଷ ଆବେଦନ ପ୍ରକ୍ରିୟା ପ୍ରଥମ ଥର ପାଇଁ ଅନଲାଇନରେ ମାଧ୍ୟମରେ କରାଯାଇଛି । ଏହି କାର୍ଯ୍ୟକ୍ରମ ପାଇଁ ପଞ୍ଜୀକରଣ ଜାନୁୟାରୀ ୧୧ ରୁ ଆରମ୍ଭ ହୋଇଛି । ପଞ୍ଜୀକରଣ ପାଇଁ ଶେଷ ତାରିଖ ହେଉଛି ଜାନୁୟାରୀ ୧୯ ।

ଏହି କାର୍ଯ୍ୟକ୍ରମ ଅଧୀନରେ, କମ୍ପାନୀ ପକ୍ଷରୁ ଏଆଇସିଟିଇ ସ୍ୱୀକୃତିପ୍ରାପ୍ତ ପ୍ରତିଷ୍ଠାନ ଗୁଡିକର ରସାୟନ (କେମିକାଲ), ଇଲେକ୍ଟ୍ରିକାଲ, ଯାନ୍ତ୍ରିକ (ମେକାନିକାଲ) ଓ ଇନଷ୍ଟ୍ରୁମେଣ୍ଟେସନ ଭଳି ବିଭିନ୍ନ ବିଭାଗର ୨୦୨୪ ବ୍ୟାଚ୍ ବି.ଟେକ୍ ଏବଂ ବି.ଇ. ସ୍ନାତକମାନଙ୍କ ଠାରୁ ଅନଲାଇନ୍ ଆବେଦନ ଆହ୍ୱାନ କରାଯାଇଛି । ମନୋନୀତ ଛାତ୍ରଛାତ୍ରୀମାନେ ଫେବୃଆରୀ ୫ ରୁ ୮ ତାରିଖ ମଧ୍ୟରେ ଅନଲାଇନ୍ ମୂଲ୍ୟାଙ୍କନ (ଜ୍ଞାନଗତ ପରୀକ୍ଷା ଏବଂ ବିଷୟବସ୍ତୁ) ରେ ସାମିଲ ହେବେ । ଏଥିରେ ସଫଳ ହୋଇଥିବା ଛାତ୍ରଛାତ୍ରୀମାନଙ୍କ ଫେବୃଆରୀ ୨୩ ରୁ ମାର୍ଚ୍ଚ ୧ ତାରିଖ ମଧ୍ୟରେ ସାକ୍ଷାତକାର ନିଆଯିବ । ମାର୍ଚ୍ଚ ଶେଷରେ ଚୟନ ପ୍ରକ୍ରିୟା ଶେଷ ହେବ ।

Leave A Reply

Your email address will not be published.