ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ସମ୍ପୂର୍ଣ୍ଣ ସୁସ୍ଥ ହେବେ ମହାପ୍ରଭୁ: ଆଜି ଏକାଦଶୀରେ ଶ୍ରୀଜିଉଙ୍କୁ ଲାଗି ହେବ ଦଶମୂଳ ରିଷ୍ଟ

ପୁରୀ: ସମ୍ପୂର୍ଣ୍ଣ ସୁସ୍ଥ ହେବେ ମହାପ୍ରଭୁ । ଆଜି ଖଳି ଲାଗି ଏକାଦଶୀ । ଶ୍ରୀଜିଉଙ୍କ ଅଣସର ଘରେ ଖଳି ଲାଗି ନୀତି ସମ୍ପାଦନ କରିବେ ଦଇତାପତି ସେବାୟତ । ଗତକାଲି ଦଶମୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଚକା ବିଜେ ନୀତି ଅନୁଷ୍ଠିତ ହୋଇଥିବା ବେଳେ ଶ୍ରୀ ବୈଦ୍ୟଙ୍କ ଘରୁ ପ୍ରସ୍ତୁତ ଦଶମୂଳ ଔଷଧ ଗାରଦରେ ଜିମା ଦିଆଯାଇଛି ।

ଶ୍ରୀବିଗ୍ରହଙ୍କୁ ଆଜି ଏକାଦଶୀ ତିଥିରେ ଖଳି ଲାଗିରେ ଦଶମୂଳ ଔଷଧ ଲାଗି କରାଯିବା ସହ ତୁଳସୀ ଓ ବିଭିନ୍ନ ରଙ୍ଗୀନ ପୁଷ୍ପ ଲାଗି କରାଯିବାର ପରମ୍ପରା ରହିଛି । ରାଜବୈଦ୍ୟମାନେ ଶାଳପର୍ଣ୍ଣି, ଗମ୍ଭାରୀ, ଫଣଫଣା, କୃଷ୍ଣପର୍ଣ୍ଣି, ବେଲ, ଅଗବଥ, ଗୋଖରା, ନବାଙ୍କଡି, ଆଦିକୁ ଚୂର୍ଣ୍ଣ କରି ସେଥିରେ ଖୁଆ, ଘିଅ, ମହୁ, ଭାଙ୍ଗ, ନବାତରେ ଦଶମୂଳରିଷ୍ଟ ମୋଦକ ପ୍ରସ୍ତୁତ କରିଛନ୍ତି। ଦଶମୂଳ ଔଷଧ ଲାଗି ହେବା ପରେ ମହାପ୍ରଭୁ ସମ୍ପୂର୍ଣ୍ଣ ସୁସ୍ଥ ହେବେ ।

Leave A Reply

Your email address will not be published.