ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଗୋଖାଦ୍ୟ ଦୁର୍ନୀତି ମାମଲାରେ ଲାଲୁ ଯାଦବଙ୍କୁ ମିଳିଲା ଜାମିନ୍

ଝାଡ଼ଖଣ୍ଡ: ଗୋଖାଦ୍ୟ ଦୁର୍ନୀତି ମାମଲାରେ ଲାଲୁ ପ୍ରସାଦ ଯାଦବଙ୍କୁ ଆଶ୍ୱସ୍ଥି ମିଳିଛି । ବିହାରର ବହୁ ଚର୍ଚ୍ଚିତ ଗୋ ଖାଦ୍ୟ ଦୁର୍ନୀତିରେ ଲାଲୁଙ୍କୁ ଜାମିନ ମିଳିଛି। ଡୋରଣ୍ଡା କୋଷାଗାର ମାମଲାରେ ୫ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ ହୋଇଥିବା ଲାଲୁ ଯାଦବଙ୍କୁ ଆଜି ଝାଡଖଣ୍ଡ ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି । ୧୦ ଲକ୍ଷ ଟଙ୍କର ଜରିମାନା ଏବଂ ୧ଲକ୍ଷ ଟଙ୍କା ବେଲ ବଣ୍ଡ ବଦଳରେ ତାଙ୍କୁ ଜାମିନ ପ୍ରଦାନ କରାଯାଇଛି । ଖୁବ ଶୀଘ୍ର ସେ ଜେଲରୁ ବାହାରିବେ ବୋଲି ଜଣାପଡ଼ିଛି ।

ସୂଚନାଯୋଗ୍ୟ, ଏହା ପୂର୍ବରୁ ଗୋଖାଦ୍ୟ ଦୁର୍ନୀତି ମାମଲାରେ ଝାଡଖଣ୍ଡ ହାଇକୋର୍ଟ ୧୩୯.୩୫ କୋଟି ଟଙ୍କା ଆତ୍ମସାତ କରିଥିବା ଅଭିଯୋଗରେ ଦୋଷୀ ସାବ୍ୟସ୍ତ କରି ସ୍ୱତନ୍ତ୍ର ସିବିଆଇ କୋର୍ଟ ୫ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଥିଲେ । ଏହି ମାମଲାରେ ତାଙ୍କୁ ୬୦ଲକ୍ଷ ଟଙ୍କା ଜରିମନା ନିର୍ଦ୍ଦେଶ ମଧ୍ୟ ଦିଆଯାଇଛି। ଏହା ବିରୋଧରେ ଲାଲୁ ହାଇକୋର୍ଟରେ ଜାମିନ ନିବେଦନ କରିଥିଲେ। ଏହା ପୂର୍ବରୁ ଲାଲୁଙ୍କୁ ଗୋଖାଦ୍ୟ ଦୁର୍ନୀତିର ଅନ୍ୟ ମାମଲାରେ ମଧ୍ୟ ଦୋଷୀ ସାବ୍ୟସ୍ତ ହେବା ସହ ଦଣ୍ଡିତ ହୋଇଛନ୍ତି।

Leave A Reply

Your email address will not be published.