ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଓଡ଼ିଶାରେ ରୁବେଲା ଭାଇରସ୍‌ : ନବରଙ୍ଗପୁରରେ ଦୁଇ ରୋଗୀ ଚିହ୍ନଟ

ଭୁବନେଶ୍ବର : ଓଡ଼ିଶାରେ ଚିହ୍ନଟ ହେଲା ରୁବେଲା ଭାଇରସ୍‌। ନବରଙ୍ଗପୁର ଜିଲ୍ଲାରେ ୨ ରୁବେଲା ଭାଇରସ୍‌ରେ ସଂକ୍ରମିତ ରୋଗୀ ଚିହ୍ନଟ ହୋଇଛନ୍ତି। ରୁବେଲାରେ ଆକ୍ରାନ୍ତ ୨ ଜଣ ଶିଶୁ ନନ୍ଦାହାଣ୍ଡି ବ୍ଲକ ପୋଡ଼ାଲଗୁଡ଼ା ଗାଁର ବୋଲି ଜଣାପଡିଛି। ରୁବେଲା ଭାଇରସ୍‌ ସଂକ୍ରମଣ ସନ୍ଦେହରେ ୫ଟି ନମୁନା ICMRକୁ ପଠାଯାଇଥିଲା। ଆଜି ଏହାର ରିପୋର୍ଟ ଆସିବା ସହ ସେଥିରୁ ୨ ଜଣ ୨ ରୁବେଲା ଭାଇରସ୍‌ରେ ସଂକ୍ରମିତ ଥିବା ଜଣାପଡିଛି। ଆଉ ଜଣଙ୍କ ଠାରେ ମିଳିମିଳା ଚିହ୍ନଟ ହୋଇଛି। ଏନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର ସୂଚନା ଦେଇଛନ୍ତି। 

ଅନ୍ୟପଟେ ନନ୍ଦାହାଣ୍ଡି ବ୍ଲକ ପୋଡ଼ାଲଗୁଡ଼ା ଗାଁର ୨ ଶିଶୁ ରୁବେଲା ଭାଇରସ୍‌ରେ ସଂକ୍ରମିତ ହୋଇଥିବା ଜଣାପଡିବା ପରେ ଗାଁରେ WHO ଓ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗର ଏକ ଟିମ୍ ପହଞ୍ଚିଛି। ସେମାନଙ୍କ ଚିକିତ୍ସା ଆରମ୍ଭ ହୋଇଛି। ଘିମିରି ସଦୃଶ୍ୟ ହୋଇ ଥଣ୍ଡା, କାଶ ଜ୍ବରରେ ପୀଡ଼ିତ ହୋଇଥିଲେ ଶିଶୁ।

Leave A Reply

Your email address will not be published.